Puri News: ଶ୍ରୀନହରରେ ମହାରାଜଙ୍କ ରାଜ୍ୟାଭିଷେକ ନୀତି, ବନକଲାଗି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2602083

Puri News: ଶ୍ରୀନହରରେ ମହାରାଜଙ୍କ ରାଜ୍ୟାଭିଷେକ ନୀତି, ବନକଲାଗି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀନହରରେ ଆଜି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ରାଜଅଭିଷକ ନୀତି ଅନୁଷ୍ଠିତ କରାଯିବ। ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷେତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି ଅନୁଷ୍ଠିତ ହୋଇଥାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ନିମନ୍ତେ ଶ୍ରୀନିହରରେ ବିଶେଷ ନୀତି ଅନୁଷ୍ଠିତ ହେବ । ଅଭିଷକ ନୀତି ପୂର୍ବରୁ ଶ୍ରୀନହରର

Puri News: ଶ୍ରୀନହରରେ ମହାରାଜଙ୍କ ରାଜ୍ୟାଭିଷେକ ନୀତି, ବନକଲାଗି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ

Puri News: ପୁରୀ: ଶ୍ରୀନହରରେ ଆଜି ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ରାଜଅଭିଷକ ନୀତି ଅନୁଷ୍ଠିତ କରାଯିବ। ପରମ୍ପରା ଅନୁସାରେ ପୁଷ୍ୟା ନକ୍ଷେତ୍ର ତିଥିରେ ଗଜପତି ମହାରାଜ ସିଂହାସନ ଆରୋହଣ କରିବା ସହ ଅଭିଷେକ ନୀତି ଅନୁଷ୍ଠିତ ହୋଇଥାଏ । ଗଜପତିଙ୍କ ପୁଷ୍ୟାଭିଷେକ ନୀତି ନିମନ୍ତେ ଶ୍ରୀନିହରରେ ବିଶେଷ ନୀତି ଅନୁଷ୍ଠିତ ହେବ । ଅଭିଷକ ନୀତି ପୂର୍ବରୁ ଶ୍ରୀନହରରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହେବ । 

ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ ରାଜଗୁରୁ ଏହି କାର୍ଯ୍ୟ ସମ୍ପାଦନ କରିବେ । ପରେ ଗଜପତି ଏବଂ ମହାରାଣୀଙ୍କୁ ଅଭିମନ୍ତ୍ରିତ ଜଳରେ ଅଭିଷେକ କରାଯିବ । ପରେ ବନ୍ଦାପନା କରାଯାଇ ଗଜପତିଙ୍କୁ ପଇତାଲାଗି ଏବଂ ମହାପ୍ରସାଦ ପ୍ରଦାନ କରାଯିବାର ବିଧି ରହିଛି । ସେହିପରି ଗଜପତି ତାଙ୍କର ପାରମ୍ପାରିକ ବେଶରେ ଗାଦିକୁ ବିଜେ କରିବା ପରେ ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତମାନେ ତାଙ୍କୁ ନଡ଼ିଆ ଏବଂ ପଇତା ପ୍ରଦାନ କରିବା ସହିତ ଗଜପତି ଆଶୀର୍ବାଦ କରିବେ।

ସେପଟେ ମାଘ ମାସ କୃଷ୍ଣ ଦ୍ୱିତୀୟା ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।