Rath Yatra 2024: ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ନେଇ ସରିଲା ଦ୍ଵିତୀୟ ପ୍ରସ୍ତୁତି ବୈଠକ
Advertisement

Rath Yatra 2024: ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ନେଇ ସରିଲା ଦ୍ଵିତୀୟ ପ୍ରସ୍ତୁତି ବୈଠକ

Rath Yatra 2024: ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ବର ସହ ନିଆଯାଇ କାର୍ଯ୍ୟ କରିବା ପାଇଁ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଅନେକ କମିଟି ଗଠନ କରାଯାଇଛି ।

Rath Yatra 2024: ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ନେଇ ସରିଲା ଦ୍ଵିତୀୟ ପ୍ରସ୍ତୁତି ବୈଠକ

Rath Yatra 2024: ଆସନ୍ତା ଜୁଲାଇ ୦୭ରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା (Rath Yatra 2024)। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ବର ସହ ନିଆଯାଇ କାର୍ଯ୍ୟ କରିବା ପାଇଁ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଅନେକ କମିଟି ଗଠନ କରାଯାଇଛି । ଏହି ବୈଠକରେ ଆଇନ ଶୃଙ୍ଖଳା,ପାର୍କିଂ, ଯାତ୍ରୀ ବସ ଭଡ଼ା, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ଆଲୋଚନା କରାଯାଇଛି । ତେବେ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ଏନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଛି ।

ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ୍ କୁ ଚୁଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ଆଜିର ଏହି ପ୍ରସ୍ତୁତି ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ରଥଯାତ୍ରା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ସବୁ ବିଭାଗ ନିଜ ନିଜ ମଧ୍ୟରେ ସମନ୍ବୟ ରକ୍ଷା କରି ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବା ସମ୍ପର୍କରେ ପ୍ରଥମ ବୈଠକରେ ଆଲୋଚନା କରାଯାଇଛି। ପ୍ରଚଣ୍ଡ ରୌଦ୍ରତାପ ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପର୍ଯ୍ୟାପ୍ତ ଜଳ ସିଞ୍ଚନ୍, ପାନୀୟ ଜଳ ଯୋଗାଣ, ଷ୍ଟାଣ୍ଡ ପୋଷ୍ଟ ପ୍ରସ୍ତୁତ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ଓ ପୌର ପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏହା ବି ପଢନ୍ତୁ - UPSC Result: ପ୍ରକାଶ ପାଇଲା UPSC ୨୦୨୩ ରେଜଲ୍ଟ , ଦ୍ବିତୀୟ ସ୍ଥାନରେ ଓଡିଆ ପୁଅ

ସେହିପରି ଶ୍ରୀମନ୍ଦିର ଠାରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ, ବଡ଼ଦାଣ୍ଡ ସମେତ ଏହାକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଆବଶ୍ୟକୀୟ ମରାମତି, ଡ୍ରେନ୍ ସଫେଇ ନେଇ ପୌର ପାଳିକାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ନିର୍ବାଚନ ମାହୋଲ ରହିଥିବା ପରିପ୍ରେକ୍ଷୀରେ ଆଚରଣବିଧି ରହିଥିବାରୁ ଏହାକୁ ନଜରରେ ନିୟମକୁ ଅନୁପାଳନ କରି କାର୍ଯ୍ୟ କରାଯିବ। ସେହିପରି ସ୍ବାସ୍ଥ୍ୟ ବିଭାଗକୁ ନେଇ ଆବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।