ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି, ଦିନକୁ ୫ ଘଣ୍ଟା ଧରି ଚାଲିବ କାମ
Advertisement
Article Detail0/zeeodisha/odisha2549442

ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି, ଦିନକୁ ୫ ଘଣ୍ଟା ଧରି ଚାଲିବ କାମ

Ratnabhandar: ଗତ ଜୁଲାଇ ମାସରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଖୋଲାଯାଇଥିଲା। ସମସ୍ତ ଅଳଙ୍କାର ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହୋଇନାହିଁ । ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲା। 

ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି, ଦିନକୁ ୫ ଘଣ୍ଟା ଧରି ଚାଲିବ କାମ

ପୁରୀ: ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ। 

ଦୁଇ ଦିନ ମଧ୍ୟରେ ବୈଠକ ବସିପାରେ । ମରାମତି କାର୍ଯ୍ୟ ପାଇଁ ପ୍ରତ୍ୟେକ ଦିନ ୫ ଘଣ୍ଟା ଆବଶ୍ୟକ ବୋଲି କୁହାଯାଇଛି । ପ୍ରଥମେ ବାହାର ପରେ ଭିତର ରତ୍ନଭଣ୍ଡାର କାମ କରିବୁ । କୌଣସି ସ୍ଥାନରେ ପଥର ବଦଳାଇବାକୁ ଆବଶ୍ୟକ ଥିଲେ ବଦଳାଇବୁ ବୋଲି ASI ଅଧୀକ୍ଷକ କହିଛନ୍ତି। 

ଗତ ଜୁଲାଇ ମାସରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଖୋଲାଯାଇଥିଲା। ସମସ୍ତ ଅଳଙ୍କାର ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହୋଇନାହିଁ । ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲା।