Three maoists killed: ପାମେଡ ଅଞ୍ଚଳରେ ନକ୍ସଲ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ଡିଆରଜି,ଏସଟିଏଫ,କୋବ୍ରା ଏବଂ ସିଆରପିଏଫ ବାଟାଲିୟନର ଯବାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ନକ୍ସଲ ମାନେ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନମାନେ ପାଲଟା ଜବାବ ଦେଇଥିଲା। ଭୟଙ୍କ ମଧ୍ୟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳିବିନିମୟ ହୋଇଥିଲେ।
Trending Photos
ମାଲକାନଗିରି: ଦିନକୁ ଦିନ ମାଓବାଦିଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଯାହାକୁ ନେଇ ରାଜ୍ୟରେ ପୁଲିସ ସେମାନଙ୍କୁ ନିପାତ କରିବାକୁ ଅଧିକ ସକ୍ରିୟ ରହିଛି। ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଣ୍ଟର। ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ। ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏନ୍କାଉଣ୍ଟର ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।
ସୂଚନାଯୋଗ୍ୟ ଯେ, ପାମେଡ ଅଞ୍ଚଳରେ ନକ୍ସଲ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ଡିଆରଜି,ଏସଟିଏଫ,କୋବ୍ରା ଏବଂ ସିଆରପିଏଫ ବାଟାଲିୟନର ଯବାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ନକ୍ସଲ ମାନେ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନମାନେ ପାଲଟା ଜବାବ ଦେଇଥିଲା। ଭୟଙ୍କ ମଧ୍ୟରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳିବିନିମୟ ହୋଇଥିଲେ। ପରେ ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ହେଲେ ପରେ ଉକ୍ତ ସ୍ଥାନରେ ସର୍ଚ୍ଚ ଅପରେସନ ପରେ ଦୁଇ ମାଓବାଦୀଙ୍କ ମୃତଦେହ ଠାବ ହୋଇଛି। ଘଟଣା ପରେ ସର୍ଚ୍ଚ ଅପରେସନ ଜାରି ରହିଛି।