କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ଭିକେ ପାଣ୍ଡିଆନ୍
Advertisement
Article Detail0/zeeodisha/odisha2048371

କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ଭିକେ ପାଣ୍ଡିଆନ୍

ଚାରି ମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ । ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଲୋକାର୍ପିତ ହେବ ଅକ୍ଷର ଭୂମି । ସମ୍ମିଳନୀ ସ୍ମୃତିକୁ ଚିର ସ୍ମରଣୀୟ କରିବ ଅକ୍ଷର ଭୂମି । ଓଡ଼ିଆ ଭାଷାର ଅସ୍ମିତାର  ପରିଚୟ  ହେବ।

କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ଭିକେ ପାଣ୍ଡିଆନ୍

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ  ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ  ଭୁବନେଶ୍ଵରର କଳାମଣ୍ଡଳ ପରିସରରେ  ନିର୍ମିତରେ ହେଉଛି  ଅକ୍ଷରଭୂମି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକୁ ୫-ଟି ତଥା ଆମ ଓଡ଼ିଶା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନ (VK Pandian) ଆଜି ସକାଳେ କଳା ମଣ୍ଡଳ ଯାଇ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଦୁଇ ହଜାର ସ୍ଥାନ ବିଶିଷ୍ଟ କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ହେବ ରାଜ୍ୟର ସବୁଠାରୁ ବଡ଼ ସମ୍ମିଳନୀ କେନ୍ଦ୍ର । ଆଗାମୀ  ଚାରି  ମାସ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରିବାକୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । କଳାମଣ୍ଡଳର ଆଭ୍ୟନ୍ତରୀଣ ସାଜସଜା ଓଡ଼ିଆ ସଂସ୍କୃତି ଓ ଐତିହ୍ୟର ପୃଷ୍ଠଭୂମି ଢାଞ୍ଚାରେ କରିବାକୁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଏହି ସମ୍ମିଳନୀ କେନ୍ଦ୍ରର ନିର୍ମାଣ ଦାୟିତ୍ଵ IDCO ନେଇଛି । ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ପାଇଁ କଳାମଣ୍ଡଳ ପରିସରରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଅକ୍ଷର ଭୂମି କାମ ମଧ୍ୟ ଭିକେ ପାଣ୍ଡିଆନ୍ ବୁଲି  ଦେଖିଥିଲେ । ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ହେବ ।  ଏହା ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇଚାଲିବ ଏବଂ ଓଡ଼ିଆ ଭାଷାର ଅସ୍ମିତାର ପରିଚୟ ହେବ ବୋଲି ଭିକେ ପାଣ୍ଡିଆନ ଆଶା ବ୍ୟକ୍ତ କରିଥିଲେ । ସେଠାରେ ମଧ୍ୟ ଏକ ଓଡ଼ିଆ ଭାଷା ସମ୍ମିଳନୀ ସ୍ମୃତି ତୋରଣ  ନିର୍ମାଣ କରାଯାଉଛି ।

ଏହି ଅକ୍ଷର ଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ୫ଟି ଚେୟାରମ୍ୟାନ ଭିକେ ପାଣ୍ଡିଆନ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାର ନିର୍ମାଣ କାର୍ଯ୍ୟ ଉଭୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ପୂର୍ତ୍ତ ବିଭାଗ ସହଯୋଗରେ କରାଯାଉଛି । ଭବିଷ୍ୟତ ସମ୍ପ୍ରସାରଣକୁ ଦୃଷ୍ଟିରେ ରଖି ଅଧିକ ଖୋଲା ସ୍ଥାନ ରଖିବା  ଏବଂ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବେସମେଣ୍ଟରେ ପାର୍କିଂ ବ୍ୟବସ୍ଥାର ବିକାଶ ପାଇଁ ସ୍ଥିର କରାଯାଇଥିଲା । କ୍ୟାମ୍ପସରେ ଅଧିକ ଗଚ୍ଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ତଥା ବିଭିନ୍ନ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବା ପାଇଁ ଭିକେ ପରାଣ୍ଡିଆନ ପରାମର୍ଶ ଦେଇଥିଲେ । 

୫-ଟି ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ , ବିଡିଏ ଉପାଧ୍ୟାକ୍ଷ ବଲୱନ୍ତ ସିଂ, MD IDCO ଭୂପିନ୍ଦର  ସିଂ ପୁନିଆ , ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ନିର୍ଦେଶକ ଦିଲୀପ ରାଉତରାୟ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Also Read- Delhi Weather: ଦିଲ୍ଲୀବାସୀଙ୍କ ଦେହରେ ପଡିଲା ୨୦୨୪ବର୍ଷର ପ୍ରଥମ ସୂର୍ଯ୍ୟ କିରଣ

Also Read- ପ୍ରଭୁ ଶ୍ରୀରାମଙ୍କ ଅନନ୍ୟ ଭକ୍ତ ଶ୍ରୀନିବାସ, ୬୪ ବର୍ଷ ବୟସରେ ୮ହଜାର କିମି ପଦଯାତ୍ରା