Weather Update: ୧୮ରୁ ପୁଣି ବଢିବ ବର୍ଷା! ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha1875081

Weather Update: ୧୮ରୁ ପୁଣି ବଢିବ ବର୍ଷା! ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ଏହି କିଛି ଦିନ ବର୍ଷା ପରେ ୨୮ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି। ଫଳରେ ରାଜ୍ୟ‌ରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି। 

ସୌ(ସୋସିଆଲ ମିଡିଆ)

Weather Update: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଆସନ୍ତା ୧୮ ତାରିଖରେ ବର୍ଷାର ପରିମାଣ ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorological Department) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୂଚନା ଅନୁଯାୟୀ, ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର (Rain) ପରିମାଣ ବଢିବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ସେହିପରି କଟକ, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ୧୯ ଦିନ ରାଜ୍ୟରେ ବର୍ଷାର ପରିମାଣ ବଢିବ । ସେହିଦିନ ଗଣେଷ ପୂଜା ଥିବାରୁ ବର୍ଷା ଯୋଗୁଁ ପୂଜା ମନ୍ଦା ପଡ଼ିପାରେ ବୋଲି ଆଶଙ୍କା କରାଯାଉଛି । ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି କୋ‌ରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେ‌ଲୋ ୱାର୍ଣ୍ଣିଂ (Yellow alert) ଜାରି କରାଯାଇଛି।

ତେବେ ଲଘୁଚାପ ପ୍ରଭାବରେ ଗତ ୪ ଦିନ ମଧ୍ୟରେ ରାଜ୍ୟରେ ୧୧୦.୫ ମି.ମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ବାଭାବିକ ବର୍ଷା ତୁଳନାରେ ୨୩୧% ଅଧିକ ଅଟେ। ତେବେ ଏହି କିଛି ଦିନ ବର୍ଷା ପରେ ୨୮ ଜିଲ୍ଲାରେ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି। ଫଳରେ ରାଜ୍ୟ‌ରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି। ପ୍ରକାଶ ଥାଉ କି, ଗତ ଜୁନ୍‌ରୁ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ରାଜ୍ୟରେ ସର୍ବମୋଟ୍‌ ୧୦୦୨.୩ ମିମି ବର୍ଷା ରେକର୍ଡ ହୋଇଯାଇଛି। ଯାହା, ସ୍ବାଭାବିକ ବର୍ଷା ତୁଳନାରେ ୫% କମ୍‌ ଅଟେ।