ଟ୍ରେନ୍ ଦୁର୍ଘଟଣାରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
Advertisement
Article Detail0/zeeodisha/odisha2296276

ଟ୍ରେନ୍ ଦୁର୍ଘଟଣାରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ 

ଟ୍ରେନ୍ ଦୁର୍ଘଟଣାରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେହିପରି ଦୁର୍ଘଟଣା ନେଇ ରେଲୱେ ଅଧିକାରୀଙ୍କ ସହ କଥା ହୋଇଥିବା ଟ୍ୱିଟ୍ କରି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 

https://x.com/rashtrapatibhvn/status/1802578130722267379?t=K8qBkrQG0auoJ...

ରାଜ୍ୟପାଳ ରଘୁବର ଦାସ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଆତ୍ମାକୁ ଶାନ୍ତି ସହ ତାଙ୍କ ପରିବାର ସଦସ୍ୟଙ୍କୁ ଶକ୍ତି ପ୍ରଦାନ କରନ୍ତୁ। ଆହତ ବ୍ୟକ୍ତିମାନେ ଶିଘ୍ର ସୁସ୍ଥ ହେବାକୁ କାମନା କରିଛନ୍ତି। 

https://x.com/dasraghubar/status/1802601315505156105?t=V626g6Ab78CohRFVT...

ଅନ୍ୟପଟେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

https://x.com/MohanMOdisha/status/1802612521448403292?t=M6s9H1mfSEInxKlE...