Top 10 News Today: ହାଥରସ ଘଟଣାରେ ୨୦ ଗିରଫ ଏବଂ ପଢ଼ନ୍ତୁ ଅପରାହ୍ନର ଅନ୍ୟ ୧୦ ବଡ଼ ଖବର
Advertisement
Article Detail0/zeeodisha/odisha2321441

Top 10 News Today: ହାଥରସ ଘଟଣାରେ ୨୦ ଗିରଫ ଏବଂ ପଢ଼ନ୍ତୁ ଅପରାହ୍ନର ଅନ୍ୟ ୧୦ ବଡ଼ ଖବର

ଚୁଟକୀରେ ପଢିନିଅନ୍ତୁ ଅପରାହ୍ଣର ୧୦ ବଡ଼ ଖବର

Top 10 News Today: ହାଥରସ ଘଟଣାରେ ୨୦ ଗିରଫ ଏବଂ ପଢ଼ନ୍ତୁ ଅପରାହ୍ନର ଅନ୍ୟ ୧୦ ବଡ଼ ଖବର

H1. ବିଜେଡି କର୍ପୋରେଟରଙ୍କ କଳିରେ ବାଜିଲା ଛାଟ
ଭୁବନେଶ୍ୱର ବିଜେଡିରେ ଆରମ୍ଭ ହୋଇଥିବା ରାଜନୀତିକ ଡ୍ରାମା ଦଳୀୟ ସଂଗଠନକୁ ଭାରି ପଡ଼ିଛି। ଆଭ୍ୟନ୍ତରୀଣ କନ୍ଦଳ ନ ଥମିବାରୁ ହସ୍ତକ୍ଷେପ କରିଛନ୍ତି ଭୁବନେଶ୍ୱର ବିଜେଡ଼ି ସଭାପତି ତଥା ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ ରାଉତ। ବିଜେଡି କର୍ପୋରେଟରଙ୍କ କଳି ଦିନକୁ ଦିନ ବିସ୍ଫୋରକ ରୂପ ଧାରଣ କରୁଥିବାରୁ ଦଳୀୟ ସଂଗଠନ ତରଫରୁ ହୁଇପ୍‌ ଜାରି ହୋଇଛି। ଦଳୀୟ ଅନୁମତି ନନେଇ କେହି ଗଣମାଧ୍ୟମରେ କୌଣସି ପ୍ରକାର ବକ୍ତବ୍ୟ ନରଖିବାକୁ ନିର୍ଦ୍ଦେଶ ଦିଆଯାଇଛି

H2. ଲୋକସେବା ଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ
ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନକୁ ପାଛୋଟି ନେବାକୁ ସେଠାରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେବାକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ାଙ୍କ ସମେତ ବହୁ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ, ଆଇଏଏସ୍ ଏବଂ ଓଏଏସ୍ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଭଗ୍ୟ ସ୍ୱାଗତ କରିଥିଲେ।

H3. ଓଡ଼ିଆରେ ହେବ ସରକାରୀ କାମ
ଓଡ଼ିଶାରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ସୁଗମ କରାଯିବ । ଏଥିନିମନ୍ତେ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗ କରାଯିବ। ଓଡ଼ିଶାର ଅସ୍ମିତାକୁ ରକ୍ଷା କରିବାର ପ୍ରତିଶ୍ରୁତି ଦେଇ ନିର୍ବାଚନର ବୈତରଣୀ ପାର ହୋଇଥିବା ବିଜେପି ଆଜି ଏ ଦିଗରେ ପ୍ରଥମ ପଦକ୍ଷେପ ଉଠାଇଛି।

H4. ୮ରେ ଖୋଲିବନି ରତ୍ନଭଣ୍ଡାର
୮ ତାରିଖରେ ଖୋଲିବନି ରତ୍ନଭଣ୍ଡାର। ରତ୍ନଭଣ୍ଡାର ଖୋଲାଯିବା ପରେ ଏହାର ଗଣତି କାର୍ଯ୍ୟ ଆରମ୍ଭ ହେବ। ରଥଯାତ୍ରା କାରଣରୁ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍। ଭୁବନେଶ୍ବରରେ ପହଁଚିବା ପରେ ଏନେଇ ସୂଚନା ଦେଇଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଶ୍ରୀମନ୍ଦିର ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ ଅରିଜିତ୍ ପଶାୟତ। ଆସନ୍ତାକାଲି ରତ୍ନଭଣ୍ଡାର କମିଟି ପକ୍ଷରୁ ବସିବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ସାମିଲ ହେବାକୁ ଅରିଜିତ୍ ପଶାୟତ ଓଡ଼ିଶା ଗସ୍ତରେ ଆସିଛନ୍ତି।

H5. ରାଜ୍ୟରେ ନିଅଣ୍ଟିଆ ବର୍ଷା
ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ଯାହା ତାତି ଓ ଗୁଳୁଗୁଳିରୁ ଲୋକଙ୍କୁ ଆଶ୍ବସ୍ତି ଦେଇଛି। ତେବେ, ଏହାରି ଭିତରେ ଆଞ୍ଚଳିକ ପାଣିପାଗ ବିଭାଗ ଆଉ ଏକ ସୂଚନା ଦେଇଛି। ଜୁଲାଇ ୧୭ ତାରିଖ ଯାଏଁ  ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା  ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ୍ ବର୍ଷା ୫୦ରୁ ୬୦ ମିମି ରହିବ। ଜୁଲାଇ ପ୍ରଥମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫ % ନିଅଣ୍ଟିଆ ରହିବ ବୋଲି  ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। 

H6. ହାଇକୋର୍ଟ ଗଲେ ଏଲିନା ଦାସ
ଯାଜପୁର ଜିଲ୍ଲା ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ଅଭିନେତ୍ରୀ ଏଲିନା ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ବିଜେଡି ନେତ୍ରୀ ଶ୍ରୀମତୀ ଦାସ ଆଜି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି। ଏଲିନାଙ୍କ ଓକିଲ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା ଓ ତାଙ୍କ ପରିବାରର କୌଣସି ସମ୍ପର୍କ ନାହିଁ। ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟଙ୍କ କିଛି ସମ୍ପର୍କ ନାହିଁ। ଏଥିରେ ବିଜେଡି ନେତ୍ରୀ ଏଲିନା ଦାସଙ୍କ ନାଁ ଯୋଡାଯାଇ ତାଙ୍କର ଚରିତ୍ର ସଂହାର କରାଯାଉଛି ।

H7. ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସୋରେନ
ଝାଡଖଣ୍ଡର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ୍ ହେମନ୍ତ ସୋରେନଙ୍କୁ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଛନ୍ତି। ଗୁରୁବାର ଜୁଲାଇ ୪ ତାରିଖରେ ରାଜଭବନ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୋରେନ୍ ଆଜି ରାଜ୍ୟର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ସନ୍ଧ୍ୟା ପ୍ରାୟ ୫ଟାରେ ରାଜଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଚଳିତ ବର୍ଷ ଶେଷରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ନେତୃତ୍ୱରେ ପରିବର୍ତ୍ତନକୁ  ଗୁରୁତ୍ୱପୂର୍ଣ୍ଣ ଭାବେ ବିବେଚନା କରାଯାଏ। 

H8. ହାଥରସ ଦଳାଚକଟା: ୨୦ ସେବକ ଗିରଫ
ଉତ୍ତରପ୍ରଦେଶର ହାଥରସରେ ହୋଇଥିବା ଦଳଚକଟା ମାମଲାରେ ବଡ଼ ଆକ୍ସନ ନେଇଛି ପୁଲିସ। ଏହି ମାମଲାରେ ପୁଲିସ ୨୦ ସେବାଦାରଙ୍କୁ ଗିରଫ କରିଛି। ସେମାନଙ୍କୁ ପଚରାଉଚରା ଜାରି ରହିଛି। ମଙ୍ଗଳବାର ହାଥରସରେ ଭୋଲେ ବାବା ଆୟୋଜିତ ହୋଇଥିବା ସତ୍‌ସଙ୍ଗରେ ଦଳାଚକଟା ହୋଇ ୧୨୧ ଜଣ ପ୍ରାଣ ହରାଇଛନ୍ତି। ଏହି ପୂରା ମାମଲାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ଯୋଗୀ ସରକାର। ମାମଲାର ତଦନ୍ତ ପାଇଁ ପୁଲିସ ୭ଟି ଟିମ୍‌ ଗଠନ କରିଛି। ଏହି ଟିମ୍‌ ଏବେ ନାରାୟଣ ହରି ଓରଫ ଭୋଲେ ବାବାଙ୍କ ମୁଖ୍ୟ ସେବାଦାର ବେଦପ୍ରକାଶ ମଧୁକରଙ୍କୁ ଖୋଜୁଛି। ସେ ବର୍ତ୍ତମାନ ଫେରାର ଅଛନ୍ତି।

H9. ପୁଣି ବିଗିଡିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ହେଲେ ଭର୍ତ୍ତି
ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସପ୍ତାହେ ପୂର୍ବରୁ ରାତି ପ୍ରାୟ ସାଢ଼େ ୧୦ଟାରେ ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଛି। ପରଦିନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା।

H10. ଭାରତୀୟ ଖେଳାଳିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି
ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଏହି ଅବସରରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ବିଜେତା ଭାରତୀୟ ଟିମକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି।