1. Naxal: ଓଡ଼ିଶା ଓ ଛତିଶଗଡ଼ ଅଞ୍ଚଳରେ ସର୍ଚ୍ଚ ଅପରେସନ ବେଳେ ଯବାନମାନେ ୨ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। SLR ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏହି ଅପରେସନ ବେଳେ ଛତିଶଗଡ଼ର ଗରିଆବନ୍ଧ ଜଙ୍ଗଲରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଘଟଣାସ୍ଥଳରୁ ଗୋଟିଏ ଏସଏଲଆର ବନ୍ଧୁକ, ୩ଟି ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି।
2.Odisha News: ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀମାନଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଥିଲେ। ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଜନାଭିମୁଖୀ କାଯ୍ୟକ୍ରମଗୁଡି଼କୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
3.RG Kar Case: କୋଲକାତା ଆର୍ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସଂଜୟ ରାୟଙ୍କୁ ଆଜୀବନ କାରା ଦଣ୍ଡାଦେଶ ହୋଇଛି । ଦଣ୍ଡାଦେଶ ଶୁଣାଇଛନ୍ତି ସିଆଲଦା କୋର୍ଟ । ଏଥିସହ ୫୦ ହଜାର ଟଙ୍କା ଜରିମାନା କରାଯାଇଛି । ଏହା ବିରଳରୁ ବିରଳତମ ମାମଲା ନୁହେଁ ବୋଲି କୋର୍ଟ କହିଛନ୍ତି। ଗତ ୧୮ ତାରିଖରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ସଂଜୟ।
4.Weather: ଜାନୁଆରୀ ୨୧ରେ ଦିଲ୍ଲୀ-ଏନସିଆରରେ ଖରା ହେବା ନେଇ ପୂର୍ବାନୁମାନ କରିଛି IMD। ପାଣିପାଗ ବିଭାଗ ଅନୁଯାୟୀ ସର୍ବାଧିକ ତାପମାତ୍ରା ୨୬ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ରହିପାରେ। ସେପଟେ କାଶ୍ମୀର ଏବଂ ତା’ର ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଦୁଇ ଦିନ ଧରି ୟୁପି ଏବଂ ବିହାରର କେତେକ ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ କରିଛି। ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟରେ ଶୀତ ପୁଣି ଥରେ ଫେରିପାରେ।
5.Petrol Diesel Price: ନୂଆଦିଲ୍ଲୀ: ଆଜି ମଙ୍ଗଳବାର ଜାନୁଆରୀ ୨୧ ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି। ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଥିବା ଦେଖିବାକୁ ମିଳିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨ ପଇସା ବୃଦ୍ଧି ଘଟି ୧୦୦.୯୪ ଟଙ୍କାରେ କାରବାର କରୁଛି। ସେହିପରି ଦିଲ୍ଲୀରେ ପେଟ୍ରୋଲ ଦର ସ୍ଥିର ରହିଛି। ଦିଲ୍ଲୀରେ ଲିଟର ପିଛା ୯୪.୭୭, କୋଲକାତାରେ ୧୦୫.୦୧ ଟଙ୍କା, ମୁମ୍ବାଇରେ ୧୦୩.୫୦ ଓ ଚେନ୍ନାଇରେ ୧୦୧.୦୩ ଟଙ୍କାରେ କାରବାର କରୁଛି।
6.Srimandira inside Area: ଗଣମାଧ୍ୟମ ରିପୋର୍ଟ ଅନୁସାରେ ଶ୍ରୀମନ୍ଦିର ଭିତର ଏକ ଭିଡିଓ କେତେକ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି। ଏ ସମ୍ବନ୍ଧରେ ଅବଗତ ହେବାପରେ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ, ପୁରୀ ଆରକ୍ଷୀ ଅଧିକ୍ଷକଙ୍କ ସହ କଥା ହୋଇଛନ୍ତି। ଅଧିକ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ପୁଲିସ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇସାରିଛି।ଶ୍ରୀମନ୍ଦିର ମଧ୍ୟରେ ଫଟୋ ତଥା ଭିଡିଓ ଉତ୍ତୋଳନ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ ଅଟେ। ତେଣୁ ପୁନର୍ବାର ଶ୍ରୀମନ୍ଦିରର ସମସ୍ତ ସେବକ, ଅଧିକାରୀ ତଥା କର୍ମଚାରୀଙ୍କୁ ଜଣାଇ ଦିଆଯାଉଅଛି ଯେ ଶ୍ରୀମନ୍ଦିର ମଧ୍ୟକୁ ମୋବାଇଲ୍ କିମ୍ବା କ୍ୟାମେରା ନେଇ ଯିବେ ନାହିଁ। ଯିଏ ଏହାର ବ୍ୟତିକ୍ରମ କରିବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
7.Pre-School: ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ହେଲେ ପିଲାଙ୍କୁ ଏବେ ୫ ବର୍ଷ ନୁହେଁ ବରଂ ୬ ବର୍ଷ ବୟସ ଯାଏଁ ଅପେକ୍ଷା କରିବାକୁ ପଡ଼ିବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ପ୍ରାକ୍ବିଦ୍ୟାଳୟ ଶିକ୍ଷାଭାବରେ ‘ଶିଶୁ ବାଟିକା’ ଖୋଲିବ । ଯେଉଁଥିରେ ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ ମିଳି ପାରିବ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ଏହି ବିଜ୍ଞପ୍ତି ଜାରି କରାଯାଇଛି ।
8.Pension: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ଆବାସ ସର୍ଭେ କରାଯିବ । ଭିନ୍ନେ ହୋଇଥିବା ପୁଅଙ୍କୁ ବି ଆବାସ ମିଳିବ । ସ୍ୱାମୀଠାରୁ ଅଲଗା ରହୁଥିଲେ ବି ଆବାସ ପାଇଁ ପତ୍ନୀ ଆବେଦନ କରିପାରିବେ । ଖାଲି ସେତିକି ନୁହେଁ ଘରେ ମଟର ସାଇକେଲ ଓ ଫ୍ରିଜ୍ ଥିଲେ ମଧ୍ୟ ଆବାସ ମିଳିବ।
9.Drink and Drive: ରାଜଧାନୀ ଭୁବନେଶ୍ୱରରେ ଚାଲିଛି ଡ୍ରିଙ୍କ ଆଣ୍ଡ ଡ୍ରାଇଭ୍ ଚେକିଂ। ଏ ନେଇ ନୂଆ ଟେକ୍ନୋଲୋଜିର ବ୍ୟବହାର କରୁଛି ପୋଲିସ। ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କୁ ଚିହ୍ନିବା ପାଇଁ ବ୍ରିଥ ଅନାଲାଇଜର ବ୍ୟବହାର କରାଯାଉଛି।
10. kerala Murder case: କେରଳ ତିରୁଅନନ୍ତପୁରମ୍ର ଅତିରିକ୍ତ ଜିଲ୍ଲା ସେସନ୍ସ କୋର୍ଟ ୨୦୨୨ରେ ୨୩ ବର୍ଷୀୟ ଶାରୋନ ରାଜ ହତ୍ୟା ମାମଲାରେ ଅଭିଯୁକ୍ତ ପ୍ରେମିକା ଗ୍ରୀଷ୍ମାଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି।