7th Pay Commission: ଖୁସି ଖବର: ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ଆସିଲା ବଡ଼ ଅପଡେଟ୍, ଏହି ଦିନ ବଢ଼ିବ ଦରମା!
Advertisement

7th Pay Commission: ଖୁସି ଖବର: ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ଆସିଲା ବଡ଼ ଅପଡେଟ୍, ଏହି ଦିନ ବଢ଼ିବ ଦରମା!

Fitment Factor Update: ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜୁନ ୨୦୧୭ରେ ୩୪ଟି ସଂଶୋଧନ ସହିତ ସପ୍ତମ ବେତନ ଆୟୋଗର ସୁପାରିଶ ଅନୁମୋଦନ ପରେ ଏଣ୍ଟ୍ରି ସ୍ତରର ବେସିକ ଦରମା ମାସକୁ ୭,୦୦୦ରୁ ବୃଦ୍ଧି କରି ୧୮,୦୦୦ ଟଙ୍କା କରାଯାଇଥିଲାବେଳେ ସର୍ବୋଚ୍ଚ ସ୍ତରର ଅର୍ଥାତ୍ ସଚିବଙ୍କୁ ୯୦,୦୦୦ରୁ ବୃଦ୍ଧି କରି ୨.୫ ଲକ୍ଷ ଟଙ୍କା କରାଯାଇଥିଲା । 

7th Pay Commission: ଖୁସି ଖବର: ଫିଟମେଣ୍ଟ ଫ୍ୟାକ୍ଟର୍ ଉପରେ ଆସିଲା ବଡ଼ ଅପଡେଟ୍, ଏହି ଦିନ ବଢ଼ିବ ଦରମା!

7th Pay Commission, Fitment Factor Update: କେନ୍ଦ୍ର କର୍ମଚାରୀ (Central Government Employees) ଙ୍କ ପାଇଁ ବଡ଼ ଖୁସି ଖବର ରହିଛି । ମୋଦି ସରକାର (Modi Government) ଆଗାମୀ ମହଙ୍ଗା ଭତ୍ତା (Dearness Allowance) ସହିତ ଫିଟମେଣ୍ଟ ଫ୍ୟାକ୍ଟର (Fitment Factor) ରେ ବୃଦ୍ଧି କରିବାକୁ ଯାଉଛନ୍ତି । ଅର୍ଥାତ ନୂଆ ବର୍ଷ ଆରମ୍ଭରେ କେନ୍ଦ୍ର କର୍ମଚାରୀଙ୍କୁ ଡବଲ ଖୁସି ଖବର ମିଳିବାକୁ ଯାଉଛି । ଫିଟମେଣ୍ଟ ଫ୍ୟାକ୍ଟର ବଢ଼ିବା ଦ୍ୱାରା କର୍ମଚାରୀଙ୍କ ସର୍ବନିମ୍ନ ବେସିକ ବେତନରେ ବୃଦ୍ଧି ଘଟିବ (Basic Salary Hike) । 

ବର୍ତ୍ତମାନ କର୍ମଚାରୀଙ୍କ ଫିଟମେଣ୍ଟ ଫ୍ୟାକ୍ଟର୍ ହେଉଛି ୨.୫୭ ପ୍ରତିଶତ ଓ କର୍ମଚାରୀମାନେ ଏହାକୁ ୩.୬୮ ପ୍ରତିଶତକୁ ବୃଦ୍ଧି କରିବାକୁ ଦାବି କରୁଛନ୍ତି । ଦୀର୍ଘ ଦିନ ଧରି କର୍ମଚାରୀମାନେ ଫିଟମେଣ୍ଟ ଫ୍ୟାକ୍ଟର ବୃଦ୍ଧି ପାଇଁ ଦାବି କରିଆସୁଥିଲେ । ଫିଟମେଣ୍ଟ ଫ୍ୟାକ୍ଟର୍ ବୃଦ୍ଧି ଯୋଗୁଁ କର୍ମଚାରୀଙ୍କ ବେସିକ ବେତନରେ ବମ୍ପର ବୃଦ୍ଧି ଘଟିବ । ଯାହା ଦ୍ୱାରା ସର୍ବନିମ୍ନ ବେତନ (Minimum Basic Salary) ୧୮,୦୦୦ରୁ ୨୬,୦୦୦ ଟଙ୍କା ବୃଦ୍ଧି ହୋଇପାରେ । 

 ଫିଟମେଣ୍ଟ ଫ୍ୟାକ୍ଟର୍ ଅଧୀନରେ ୫୨ ଲକ୍ଷରୁ ଅଧିକ କେନ୍ଦ୍ର କର୍ମଚାରୀଙ୍କ ବେସିକ ଦରମା ବୃଦ୍ଧି କରାଯାଇପାରେ । ଯଦି ଏପରି ହୁଏ ତେବେ ବେସିକ ଦରମା ୧୮୦୦ରୁ ୨୬୦୦କୁ ବୃଦ୍ଧି ପାଇବ । ୫୨ ଲକ୍ଷ କର୍ମଚାରୀ ଏହାର ଲାଭ ପାଇବେ । ଯଦିଓ ପୂର୍ବରୁ ଖବର ଆସୁଥିଲା ଯେ, ସରକାରୀ କୋଷ ଉପରେ ଭାର ବଢ଼ିବା କାରଣରୁ ମୋଦି ସରକାର ୨୦୨୨ ମସିହାରେ ଫିଟମେଣ୍ଟ ଫ୍ୟାକ୍ଟର୍ ବଢ଼ାଇବା ମୁଡରେ ନାହାଁନ୍ତି ।  ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜୁନ ୨୦୧୭ରେ ୩୪ଟି ସଂଶୋଧନ ସହିତ ସପ୍ତମ ବେତନ ଆୟୋଗ (7th Pay Commission) ର ସୁପାରିଶ ଅନୁମୋଦନ ପରେ ଏଣ୍ଟ୍ରି ସ୍ତରର ବେସିକ ଦରମା ମାସକୁ ୭,୦୦୦ରୁ ବୃଦ୍ଧି କରି ୧୮,୦୦୦ ଟଙ୍କା କରାଯାଇଥିଲାବେଳେ ସର୍ବୋଚ୍ଚ ସ୍ତରର ଅର୍ଥାତ୍ ସଚିବଙ୍କୁ ୯୦,୦୦୦ରୁ ବୃଦ୍ଧି କରି ୨.୫ ଲକ୍ଷ ଟଙ୍କା କରାଯାଇଥିଲା । କୁହାଯାଉଛି ଯେ, ସରକାର କର୍ମଚାରୀଙ୍କ ଦରମାକୁ ୧୦ ବର୍ଷରେ ଥରେ ନୁହେଁ ବରଂ ସମୟ ସମୟରେ ସଂଶୋଧନ କରିବା ଉଚିତ । ସପ୍ତମ ବେତନ ଆୟୋଗରେ ଯେଉଁ ପେ ମ୍ୟାଟ୍ରିକ୍ସ (Pay matrix) ତିଆରି କରାଯାଇଛି, ତାହା ଫିଟମେଣ୍ଟ ଫ୍ୟାକ୍ଟର (Fitment Factor) ଉପରେ ଆଧାରିତ ।

ଅଧିକ ପଢ଼ନ୍ତୁ:-ସ୍ୱାମୀଙ୍କ ସମ୍ପତ୍ତି ଉପରେ ଏତେ ରହିଥାଏ ସ୍ତ୍ରୀଙ୍କର ଅଧିକାର, ଜାଣନ୍ତୁ ଶାଶୁଘରର ସମ୍ପତ୍ତି ଉପରେ କେତେ ମିଳିଥାଏ ଅଧିକାର?

ଅଧିକ ପଢ଼ନ୍ତୁ:-ସାବଧାନ! ୨୦୨୩ରେ ଯଦି Google ରେ ସର୍ଚ୍ଚ କରିବେ ଏହି ୫ଟି ଜିନିଷ ତ ସିଧା ଯିବେ ଜେଲ

ଅଧିକ ପଢ଼ନ୍ତୁ:-ନୂଆ ବର୍ଷରେ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକିବ, ଏହି ରାଶିକୁ ରହିବାକୁ ପଡ଼ିବ ସତର୍କ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ୨୦୨୩

 

କର୍ମଚାରୀଙ୍କ ବେସିକ ବେତନ ସପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ୨.୫୭ରେ ଗୁଣନ କରି ଗଣନା କରାଯାଏ । ଉଦାହରଣ ସ୍ୱରୂପ, Current Entry Pay ୭୦୦୦ ଟଙ୍କା । ଯଦି ସପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ଲାଗିବା ପରେ Entry Pay ୭,୦୦୦ X ୨.୫୭= ୧୮୦୦୦ ଟଙ୍କା ହେବ । ଯଦି ଏହାକୁ ୩.୬୮କୁ ବୃଦ୍ଧି କରାଯାଏ ତେବେ ବେସିକ ଦରମା ୨୬୦୦୦ ଟଙ୍କା ହେବ । ଉଦାହରଣ ସ୍ୱରୂପ, Current Entry Pay ୭୦୦୦ ଟଙ୍କା । ଯଦି ପ୍ତମ ବେତନ କମିଶନର ଫିଟମେଣ୍ଟ ଫ୍ୟାକ୍ଟର ଲାଗିବା ପରେ Entry Pay ୭,୦୦୦ X ୩.୬୮= ୨୫,୭୬୦ ଟଙ୍କା ହେବ । 

ଆପଣଙ୍କୁ କହିରଖୁଛୁ ଯେ, କର୍ମଚାରୀଙ୍କ ବେତନରେ ଫିଟମେଣ୍ଟ ଫ୍ୟାକ୍ଟର୍ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଭାବରେ ମନେ କରାଯାଏ । ଏଥିରୁ ମୌଳିକ ବେତନ ବା ବେସିକ ସାଲେରୀ ସ୍ଥିର କରାଯାଇଥାଏ ଓ ଭତ୍ତା ମଧ୍ୟ ସ୍ୱୟଂଚାଳିତ ଭାବରେ ବଢ଼ିଥାଏ । ୨୦୧୬ରେ ଫିଟମେଣ୍ଟ ଫ୍ୟାକ୍ଟର୍ ବୃଦ୍ଧି କରାଯାଇଥିଲା ଓ ସର୍ବନିମ୍ନ ବେସିକ ବେତନ  ୬,୦୦୦ରୁ ୧୮,୦୦୦ଟଙ୍କାକୁ ବୃଦ୍ଧି କରାଯାଇଥିଲା ।