Petrol Diesel Price Today: ଶସ୍ତା ହେଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ରେଟ୍ ?
Advertisement
Article Detail0/zeeodisha/odisha2130233

Petrol Diesel Price Today: ଶସ୍ତା ହେଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ରେଟ୍ ?

Petrol Diesel Price Today: ଆଜି (ମଙ୍ଗଳବାର) ତୈଳ କମ୍ପାନୀ ଗୁଡିକ ଡିଜେଲ୍ -ପେଟ୍ରୋଲର ନୂଆ ଦର ଜାରି କରିଛନ୍ତି। ଆଜି ମଧ୍ୟ ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ତେବେ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଭ୍ୟାଟ୍ (Value Added Tax) ଯୋଗୁଁ ଅନେକ ସହରରେ ତୈଳ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ ତୈଳ ଦର କେତେ ରହିଛି (Petrol Diesel Price Today 27 February 2024)।

କେଉଁ ସହରରେ କେତେ ରହିଛି ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ, ଜାଣନ୍ତୁ?

ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ୍ ଲିଟର ପିଛା (୧ ଲିଟର) ମୂଲ୍ୟ ୯୬ ଟଙ୍କା ୭୨ ପଇସା ଥିବା ବେଳେ ଡିଜେଲ୍ ଲିଟର (୧ ଲିଟର)ର ଦାମ୍ ୮୯ ଟଙ୍କା ୬୨ ପଇସା ରହିଛି। ସେହିପରି ମାୟାନଗରୀ ମୁମ୍ବାଇରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା , ଡିଜେଲ୍ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି। ସେହିପରି, କୋଲକାତାରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୬ ଟଙ୍କା ୩ ପଇସା  ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୯୨ ଟଙ୍କା ୭୬ ପଇସା ରହିଛି । ଅନ୍ୟପଟେ,ଦକ୍ଷିଣ ଭାରତର ପ୍ରମୁଖ ସହର, ଚେନ୍ନାଇରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୨ ଟଙ୍କା ୭୪ ପଇସା  ରହିଛି। ଏବଂ ଡିଜେଲର ମୂଲ୍ୟ ଲିଟର ପିଛା ୯୪ ଟଙ୍କା ୩୩ ଟଙ୍କା ରହିଛି। ଏବଂ ଓଡି଼ଶାର ରାଜଧାନୀ ଭୁବନେଶ୍ବରର ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ୍ ଦର ଲିଟର ପିଛା ମୂଲ୍ୟ ୯୪ ଟଙ୍କା ୭୬ ପଇସା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ପେଟ୍ରୋଲରେ ଲିଟର ପିଛା ୨୮ ପଇସା ଓ ଡିଜେଲରେ ଲିଟର ପିଛା  ୨୭ ପଇସା ହ୍ରାସ ପାଇଛି। 

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।