Cyclone Update: ଆଜିବି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
Advertisement
Article Detail0/zeeodisha/odisha1996590

Cyclone Update: ଆଜିବି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Cyclone Update: ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଥିଲା । ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲା ପବନର ଝଟକା । ଏପଟେ ଓଡ଼ିଶାରେ ବାତ୍ୟାର ସିଧାସଳଖ ପ୍ରଭାବ ନପଡ଼ିଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର ୩ ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । 

 

Cyclone Update: ଆଜିବି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Cyclone Update: ଲ୍ୟାଣ୍ଡଫଲ କରିଛି ବାତ୍ୟା ମିଗଜୋମ। ଆଗାମୀ କିଛି ଘଣ୍ଟା ମଧ୍ୟରେ ବାତ୍ୟା ମିଗଜୋମ ଗଭୀର ଅବପାତର ରୂପ ନେବ ବାତ୍ୟା । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ବାତ୍ୟାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ ଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହି ତିନି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 

ଆଜି ମଧ୍ୟ ଏହି ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଶଙ୍କା ରହିଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏଁ ରହିବ । ସେହିପରି ବର୍ଷା କାରଣରୁ ଗଜପତିରେ (Heavy Rain Fall At Gajapati)  ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ମିଗଜୋମ(Cyclone Michaung)ଗଭୀର ଅବପାତରେ ପରିଣତ ହୋଇଛି। ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଛି ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଥିଲା । ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲା ପବନର ଝଟକା । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । 

ଏହାର ପ୍ରଭାବରେ ଆନ୍ଧ୍ରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ଏବେ ବି ଜାରି ରହିଛି ।ବାତ୍ୟା ମିଗଜୋମକୁ ନେଇ ଆନ୍ଧ୍ରର ୮ଟି ଜିଲ୍ଲାକୁ ସତର୍କ କରାଯାଇଥିଲା । ତିରୁପତି, ନେଲୋର, ପ୍ରକାଶମ, ବାପଟଲା, କୃଷ୍ଣା, ପଶ୍ଚିମ ଗୋଦାବରୀ, କୋନସିମା ଏବଂ କାକିନାଡା ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।
ସେହିପରି ମିଗଜୋମର ଲ୍ୟାଣ୍ଡଫଲ ପରେ ଚେନ୍ନାଇରେ ବର୍ଷାର ତାଣ୍ଡବ (Chennai Heavy Rain) ଦେଖିବାକୁ ମିଳିଛି । ଜଳପ୍ଲାବିତ ହୋଇଛି ତାମିଲନାଡୁର ଚେନ୍ନାଇ ସହର । ପ୍ରବଳ ବର୍ଷା ଯୋଗୁ ଏବେ ସୁଦ୍ଧା ସରକାରୀ ଭାବେ  ୧୭ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି । ତଳିଆ ଅଞ୍ଚଶ ସମେତ ରାସ୍ତାଘାଟ ଜଳାର୍ଣ୍ଣବ ହୋଇଛି । 

ବିମାନ ବନ୍ଦର, ରେଳ ଷ୍ଟେସନ, ବସଷ୍ଟାଣ୍ଡରେ ଜମି ରହିଛି ପାଣି । ଲୋକମାନଙ୍କ ଘରେ ମଧ୍ୟ ବର୍ଷା ପାଣି ପଶିଯାଇଛି । ଯାହା ଫଳରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ବିଦ୍ୟୁତ ଓ ଟେଲି ଯୋଗାଯୋଗ ମଧ୍ୟ ପ୍ରଭାବିତ ହୋଇଛି । ପାଣି ଘେରରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବୋଟ୍, ଟ୍ରାକ୍ଟର ବ୍ୟବହାର କରାଯାଉଛି । ରିଲିଫ୍ ଓ ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍, ଏସଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି । ରାଜ୍ୟରେ ୧୦୦ରୁ ଅଧିକ ଟ୍ରେନ୍ ଓ ୫୦ରୁ ଅଧିକ ବିମାନ ଉଡାଣ ବାତିଲ କରାଯାଇଛି । ତେବେ ଚେନ୍ନାଇ ସହରକୁ ପୁଣିଥିରେ ପୂର୍ବପରି ସ୍ୱାଭାବିକ ହେବାକୁ ଆହୁରି ୭ଦିନ ସମୟ ଲାଗିବ ବୋଲି ଆକଳନ କରାଯାଇଛି।

Also Read:  LaccMI Bus: କୋରାପୁଟରେ ଗଡି଼ବ ‘ଲକ୍ଷ୍ମୀ ବସ୍’, ଏହି ୩ଟି ରୁଟରେ ମିଳିବ ସେବା

Also Read: Ganesh Mantra: ବୁଧବାର ଦିନ କରନ୍ତୁ ଗଣେଶଙ୍କର ଏହି ୭ ମନ୍ତ୍ରର ଜପ, ଧନଧାନ୍ୟରେ ଭରିଯିବ ଜୀବନ !