Gold Rate Today: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍?
Advertisement
Article Detail0/zeeodisha/odisha2268425

Gold Rate Today: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍?

Gold Silver Price: ଅନ୍ତର୍ଜାତୀୟ ବଜାରରେ ସୁନା ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ଉପରମୁହାଁ ରହିଛି। ଆଗକୁ ଆସୁଛି ବିବାହ ସିଜିନ୍ , ଆଉ ତା ପୂର୍ବରୁ ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନ୍ ଦେଇଛି।  ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...

Gold Rate Today: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ ଭୁବନେଶ୍ବରରେ ୧୦ ଗ୍ରାମ୍ ପିଛା କେତେ ରହିଛି ରେଟ୍?

Gold Silver Price: ଅନ୍ତର୍ଜାତୀୟ ବଜାରରେ ସୁନା ଦର ବୃଦ୍ଧି ଯୋଗୁଁ ଭାରତୀୟ ବଜାରରେ ସୁନା ରେଟ୍ ଉପରମୁହାଁ ରହିଛି। ଆଗକୁ ଆସୁଛି ବିବାହ ସିଜିନ୍ , ଆଉ ତା ପୂର୍ବରୁ ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନ୍ ଦେଇଛି। ସାଧାରଣ ଲୋକଟିଏ ମଧ୍ୟ ସୁନା କିଣିବାକୁ ଭୟ କରୁଛନ୍ତି । ଗରିବ ଲୋକଙ୍କ ପାଇଁ ସୁନା କିଣିବା ଏବେ ସ୍ବପ୍ନ । ତେବେ, ଆଜି ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖାଦେଇଛି।  ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...  

ALSO READ: Road Accident: ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଘଟଣାସ୍ଥଳରେ...

ALSO READ: Petrol Diesel Price Today: କମିଲା ନା ବଢିଲା, ଜାଣନ୍ତୁ ଭୁବନେଶ୍ବରରେ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ୍ ରେଟ୍?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍  ୭୩, ୨୦୦ ଟଙ୍କା ରହିଛି । ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୨୫୦ ଓ  ୨୪ କ୍ୟାରେଟରେ ୨୭୦ ଟଙ୍କା ବୃଦ୍ଧି ହୋଇଛି। ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୩୫୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୨୫୦ ଓ  ୨୪ କ୍ୟାରେଟରେ  ୨୭୦ ଟଙ୍କା ବୃଦ୍ଧି ହୋଇଛି।  ଅନ୍ୟପଟେ, ମାୟାନଗରୀ ମୁମ୍ବାଇରେ  ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭, ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ଦାମ୍ ୭୩,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟରେ ୨୫୦ ଓ ୨୪ କ୍ୟାରେଟରେ ୨୭୦ ଟଙ୍କା ଦର ବଢିଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଚେନ୍ନାଇ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ମୂଲ୍ୟ ୧୦ ଗ୍ରାମ୍ ପିଛା ୭୩,୯୧୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୩୫୦ ଓ ୨୪ କ୍ୟାରେଟରେ ୩୮୦ ଟଙ୍କା ବୃଦ୍ଧି ପାଇଛି। ସେହିକ୍ରମରେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୭,୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟର ୧୦ ଗ୍ରାମ୍ ମୂଲ୍ୟ ୭୩,୨୦୦ ଟଙ୍କା ରହିଛି । ତେବେ, ୨୨ କ୍ୟାରେଟ୍ ରେ ୨୫୦ ଓ ୨୪ କ୍ୟାରେଟରେ ୨୭୦ ଟଙ୍କା ଦର ବଢିଛି।