Gold Silver Price: ସୁନା ଓ ରୁପା ମୂଲ୍ୟରେ ଜୋରଦାର ହ୍ରାସ, ୨୮୦୦ ଟଙ୍କା ଶସ୍ତା ମିଳୁଛି ସୁନା; ଜାଣନ୍ତୁ ନୂଆ ରେଟ୍
Advertisement
Article Detail0/zeeodisha/odisha1584681

Gold Silver Price: ସୁନା ଓ ରୁପା ମୂଲ୍ୟରେ ଜୋରଦାର ହ୍ରାସ, ୨୮୦୦ ଟଙ୍କା ଶସ୍ତା ମିଳୁଛି ସୁନା; ଜାଣନ୍ତୁ ନୂଆ ରେଟ୍

Gold Silver Price: ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । 

Gold Silver Price: ସୁନା ଓ ରୁପା ମୂଲ୍ୟରେ ଜୋରଦାର ହ୍ରାସ, ୨୮୦୦ ଟଙ୍କା ଶସ୍ତା ମିଳୁଛି ସୁନା; ଜାଣନ୍ତୁ ନୂଆ ରେଟ୍

Today Gold-Silver Rate, Gold Silver Price: ଆଜି ଅର୍ଥାତ ଫେବୃଆରୀ ୨୪ (ଶୁକ୍ରବାର) ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟ ଖସିଛି । ଯାହା ଫଳରେ ଘରୋଇ ବଜାରରେ ମୂଲ୍ୟବାନ ଧାତୁ ଦରରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୬,୫୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୬,୫୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୮୦୦ ଟଙ୍କା ଥିଲା ।

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରୁପା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୩୦ ଟଙ୍କା ଅଛି । ଯାହା ଗତକାଲି ୬,୮୮୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୨୮୦୦ ଟଙ୍କା ଓ ରୁପା ୧୧,୬୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୪ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୯,୩୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୨,୭୯୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୧,୬୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଏହା ବି ପଢ଼ନ୍ତୁ:-ବିଜୁଳି ବିଲ୍ ହୋଇଯିବ ଅଧାରୁ କମ୍! କେବଳ ଆପଣାନ୍ତୁ ଏହି ୨ଟି ଉପାୟ

ଏହା ବି ପଢ଼ନ୍ତୁ:-ରୋହିତ ଶର୍ମାଙ୍କ ପରେ ଭାରତର ପରବର୍ତ୍ତୀ ଟେଷ୍ଟ ଅଧିନାୟକ ହେବେ ଏହି ଷ୍ଟାର ଖେଳାଳି!

ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଲାଗିବ ଜୋରଦାର ଝଟକା, ୪ ଗୁଣା ବଢ଼ିବ ବିଦ୍ୟୁତ୍ ବିଲ୍!

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।