Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement
Article Detail0/zeeodisha/odisha1570656

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Price: ପ୍ରତିଦିନ ଏହି ମୂଲ୍ୟବାନ ଧାତୁର ମୂଲ୍ୟରେ ପରିବର୍ତ୍ତନ ଘଟିଥାଏ । ତେଣୁ ସୁନା ଓ ରୁପା ପରି ମୂଲ୍ୟବାନ ଧାତୁର ମୂଲ୍ୟ ଉପରେ ସମସ୍ତଙ୍କ ନଜର ରହିଥାଏ । ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଫେବୃଆରୀ ୧୩ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ରହିଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । 

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ବିଗତ କିଛି ସମୟ ଧରି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି । ୨୪ କ୍ୟାରେଟ ସୁନା ଦର ୬୦ ହଜାର ପାଖାପାଖି ପହଞ୍ଚିଥିବାବେଳେ ୨୨ କ୍ୟାରେଟ ସୁନା ଦର ୫୨ ହଜାର ପାର କରିଛି । ପ୍ରତିଦିନ ଏହି ମୂଲ୍ୟବାନ ଧାତୁର ମୂଲ୍ୟରେ ପରିବର୍ତ୍ତନ ଘଟିଥାଏ । ତେଣୁ ସୁନା ଓ ରୁପା ପରି ମୂଲ୍ୟବାନ ଧାତୁର ମୂଲ୍ୟ ଉପରେ ସମସ୍ତଙ୍କ ନଜର ରହିଥାଏ । ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଫେବୃଆରୀ ୧୩ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ରହିଛି । ଯାହାର ପ୍ରଭାବ ଦେଶରେ ଘରୋଇ ବଜାରରେ ଦେଖିବାକୁ ମିଳିଛି । 

ଦେଶରେ ଗତକାଲି (ରବିବାର) ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୨୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୭,୩୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୬୦୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୦,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୦୫୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦର ସ୍ଥିର ରହିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୨୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୭,୩୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୬୦୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୦୦ ଟଙ୍କା ରହିଛି । ଯାହା ଗତକାଲି ୭,୨୭୦ ଟଙ୍କା ଥିଲା ।

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ:-ଏୟାରଟେଲର ଦମଦାର୍ ପ୍ଲାନ୍: ମାତ୍ର ୨୫୦ ଟଙ୍କାରେ ପୂରା ୧୨ ମାସ ପାଇଁ ହୁଅନ୍ତୁ କଥା, ମିଳିବ ଇଣ୍ଟରନେଟ୍ ଡାଟା, SMS ଏବଂ ଅସୀମିତ କଲ୍

ଅଧିକ ପଢ଼ନ୍ତୁ:-ମହମ୍ମଦ ଶାମି କହିଲେ କାହିଁକି ସେ ନାଗପୁରରେ ଅକ୍ସରଙ୍କ ପରାମର୍ଶକୁ ଅଣଦେଖା କରି କରିଥିଲେ ଧମାକାଦାର ବ୍ୟାଟିଂ

ଅଧିକ ପଢ଼ନ୍ତୁ:-LIC ପଲିସି ଧାରକଙ୍କୁ ବଡ଼ ଝଟକା, ଅର୍ଥମନ୍ତ୍ରୀ କଲେ ଏହି ଘୋଷଣା!

 

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।