Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଦେଶରେ ଗତକାଲି ବଜାର ବନ୍ଦ ଥିଲା । ସେହି କାରଣରୁ ରବିବାର ସୁନା ଦର ସ୍ଥିର ରହିଥିଲା । ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି ।

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଗତ ସପ୍ତାହରେ ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଘଟିଥିଲା । କିନ୍ତୁ ଚଳିତ ସପ୍ତାହର ପ୍ରଥମ ଦିନରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି (ସୋମବାର) ଅର୍ଥାତ ମାର୍ଚ୍ଚ ୨୦ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଛି । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ବଜାର ବନ୍ଦ ଥିଲା । ସେହି କାରଣରୁ ରବିବାର ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୩୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୮୦୦ ଟଙ୍କା ଥିଲା । 
 
ସେହିପରି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ବଜାର ବନ୍ଦ ଥିଲା । ତେଣୁ ରୁପା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୧,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୧୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୨୧୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୬୦୦ ଟଙ୍କା ଓ ରୁପା ୮,୧୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୬୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୮,୧୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-ଦ୍ୱିତୀୟ ଦିନିକିଆରେ ଭାରତର ଲଜ୍ଜାଜନକ ପରାଜୟ ପରେ ମଜାକ ଉଡ଼ାଇଲେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍ ସ୍ମିଥ୍, ଜାଣନ୍ତୁ କ'ଣ କହିଲେ

ଅଧିକ ପଢ଼ନ୍ତୁ-ପୁଅ ନୁହେଁ ଝିଅ କଲା ଦୁଷ୍କର୍ମ! ୧୯ ବର୍ଷୀୟ ଯୁବତୀ ନାବାଳକକୁ ଗୁଜୁରାଟ ନେଇ କଲା ଏହି ଘୁଣ୍ୟ କାମ, କୋର୍ଟ ଦେଲା ୧୦ ବର୍ଷର ଜେଲ ଦଣ୍ଡ

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।