Gold-Silver Price: ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Gold-Silver Price: ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price:  ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ । ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । 

Gold-Silver Price: ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ମାର୍ଚ୍ଚ ୨୭ରେ ଦେଶରେ ସୁନା ମୂଲ୍ୟ ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ରବିବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । କିନ୍ତୁ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୭୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୯,୮୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୪,୮୫୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ରୁପା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୩୪୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୬୫୦ ଟଙ୍କା ଓ ରୁପା ୬,୬୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୫୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୬,୬୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ:-ଅନ୍ୟାୟର ଶିକାର ହେଉଛନ୍ତି ଟିମ୍ ଇଣ୍ଡିଆର ଏହି ଖେଳାଳି, ଡେବ୍ୟୁ ନକରି ନେବେ ଅବସର!

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ଆସିଲା ଆଉ ଏକ ଖୁସି ଖବର; ମିଳିବ DA ବକେୟା ରାଶି, ଆକାଉଣ୍ଟକୁ ଆସିବ ଏତେ ଟଙ୍କା

ଅଧିକ ପଢ଼ନ୍ତୁ:-୨୦ ବର୍ଷ ପରେ ସୃଷ୍ଟି ହୋଇଛି ଶୁଭ ରାଜ ଯୋଗ, ଏସବୁ ରାଶି ଉପରେ ସୂର୍ଯ୍ୟ-ଗୁରୁ ମିଶି କରିବେ ଟଙ୍କା ବର୍ଷା!

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।