Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1672391

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । 

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଆଜି (ଶୁକ୍ରବାର) ଅର୍ଥାତ ଏପ୍ରିଲ ୨୮ରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ଗୁରୁବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୮୨୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୦୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୭୫୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୯୫୦ ଟଙ୍କା ଥିଲା । 
 
ସେହିପରି ଆଜି ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଘଟିଛି । ଗତକାଲି ରୁପା ଦର ସ୍ଥିର ଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କାକୁ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୨୦ ଟଙ୍କା ରହିଛି । ଯାହା ଗତକାଲି ୭,୬୫୦ ଟଙ୍କା ଥିଲା ।

fallback

ଅଲଟାଇମ୍ ହାଇରୁ ସୁନା ୯୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ଶସ୍ତା ମିଳୁଛି

ଏପ୍ରିଲ ୨୦୨୩ ମାସରେ ସୁନା (Gold Price) ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା ।​ ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୯୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି​ ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୭୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା, ଏସିଆ କପ୍ ଓ ODI ବିଶ୍ୱକପରୁ ବାହାର ହେଲେ ଏହି ଖତରନାକ୍ ଖେଳାଳି!

ଅଧିକ ପଢ଼ନ୍ତୁ-କେନ୍ଦ୍ର କର୍ମଚାରୀଙ୍କ ପାଇଁ ୨ ଦିନ ପରେ ଆସିବ ବଡ଼ ଖୁସି ଖବର; ପୁଣି ଏତେ ବଢ଼ିଯିବ ଦରମା, ଆକାଉଣ୍ଟକୁ ଆସିବ ମୋଟା ଅଙ୍କର ଟଙ୍କା

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆର ଘୋଷଣା ହେବା ମାତ୍ରେ ଶେଷ ହେଲା ଏହି ଖେଳାଳିଙ୍କ ଟେଷ୍ଟ କ୍ୟାରିୟର! ଚୟନକର୍ତ୍ତା ଦଳରୁ କଲେ ବାହାର

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।