Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୯୦୦ ଟଙ୍କା ଓ ରୁପା ୬,୯୮୦ ଟଙ୍କା ମିଳୁଛି ଶସ୍ତା!
Advertisement

Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୯୦୦ ଟଙ୍କା ଓ ରୁପା ୬,୯୮୦ ଟଙ୍କା ମିଳୁଛି ଶସ୍ତା!

Today Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।

Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ସୁନା ୯୦୦ ଟଙ୍କା ଓ ରୁପା ୬,୯୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ବିଗତ କିଛି ଦିନ ଧରି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ଲଗାତର ହ୍ରାସ ରେକର୍ଡ କରାଯାଇଛି । ଆଜି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୨୮ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେପଟେ ବୈଶ୍ୱିକ ବଜାର ମୂଲ୍ୟବାନ ଧାତୁ ଦରରେ ମଧ୍ୟ ସମାନ ସ୍ଥିତି ରହିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ସୋମବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । କିନ୍ତୁ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୯,୬୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୧୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୫୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୪,୭୧୦ ଟଙ୍କା ଥିଲା । 
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଦେଖାଦେଇଛି । ଗତକାଲି ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ୭,୩୩୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୯୦୦ ଟଙ୍କା ଓ ରୁପା ୬,୯୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୯୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୬,୯୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ:-KKR ଘୋଷଣା କଲା ନୂଆ ଅଧିନାୟକ, ଶ୍ରେୟସ ଆୟରଙ୍କ ସ୍ଥାନରେ ଏହି ଖତରନାକ୍ ବ୍ୟାଟ୍ସମ୍ୟାନଙ୍କୁ ମିଳିଲା ଦଳର କମାଣ

ଅଧିକ ପଢ଼ନ୍ତୁ:-ରାସ୍ତା ଉପରେ ଜଳିଗଲା ବସ୍; ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ, ୨୯ ଗୁରୁତର

ଅଧିକ ପଢ଼ନ୍ତୁ:-ମହଙ୍ଗା ଭତ୍ତା ବୃଦ୍ଧି ହେବା ପରେ କେନ୍ଦ୍ର କର୍ମଚାରୀଙ୍କୁ ମିଳିଲା ଆଉ ଏକ ଖୁସି ଖବର; ବଢ଼ିବ HRA, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା!

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।