Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1637460

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ ।

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଦେଶରେ ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଏପ୍ରିଲ ୩ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ବିଗତ କିଛି ଦିନ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଦେଖାଯାଉଥିଲା । କିନ୍ତୁ ଆଜି ଏଥିରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ଅର୍ଥାତ ରବିବାର ବଜାରର ବନ୍ଦ ଥିଲା । ଏହି କାରଣ ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୬୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୭୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୦୦୦ ଟଙ୍କା ଥିଲା । 
 
ଏହି କ୍ରମରେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ଖସିଛି । ଗତକାଲି ରୁପା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପକ୍ଷେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୦୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୪୦୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ୭,୪୫୦ ଟଙ୍କା ଥିଲା ।

fallback

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୭୦୦ ଟଙ୍କା ଓ ରୁପା ୫,୯୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୭୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୫,୯୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ସେହି 'ବଦନାମ କ୍ରିକେଟର' ଯିଏ ଦଶନ୍ଧି ପୂର୍ବରୁ କରିଥିଲେ ନିଜର ମୃତ୍ୟୁର ଭବିଷ୍ୟବାଣୀ, ସଚିନ ତେନ୍ଦୁଲକର ମଧ୍ୟ ଡରୁଥିଲେ!

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆ ପରେ ଆଇପିଏଲରେ ମଧ୍ୟ ରନ ବର୍ଷା କରୁଛି କୋହଲିଙ୍କ ବ୍ୟାଟ୍, ଜାଣନ୍ତୁ RCBର ବିଜୟରେ ପରେ ନିଜର ଘାତକ ଫର୍ମ ପାଇଁ ବିରାଟ କାହାକୁ ଦେଲେ ଶ୍ରେୟ

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆରୁ ଡ୍ରୋପ୍ ହୋଇ ମଧ୍ୟ ସୁଧୁରିନି ଏହି ଖେଳାଳି, ବର୍ତ୍ତମାନ ଆଇପିଏଲ୍ କ୍ୟାରିୟର ମଧ୍ୟ ହୋଇପାରେ ଶେଷ!

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।