Gold Silver Price: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Gold Silver Price: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold Silver Price:  ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ପ୍ରାୟ ୫୭,୯୩୦ ଟଙ୍କା ଓ ରୁପା କିଲୋଗ୍ରାମ ପିଛା ପ୍ରାୟ ୭୩,୮୦୦ ଟଙ୍କା ଦରରେ ବିକ୍ରି ହୋଇଛି । ଆପଣଙ୍କୁ କହି ରଖୁଛୁ ଯେ, ଛୁଟିଦିନ ଯୋଗୁଁ ଶନିବାର ଓ ରବିବାର ଦିନ ସୁନା-ରୂପାର ନୂତନ ମୂଲ୍ୟ ଜାରି ହୁଏ ନାହିଁ । ଏବଂ ଶୁକ୍ରବାର ଦିନର ମୂଲ୍ୟ ଉପରେ କ୍ରୟ ଓ ବିକ୍ରୟ କରାଯାଇଥାଏ ।

Gold Silver Price: ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold Silver Price: ଗତ କିଛି ମାସ ଧରି ସୁନା ମୂଲ୍ୟ (Gold Price) ରେ କ୍ରମାଗତ ବୃଦ୍ଧିର ପର୍ଯ୍ୟାୟ ଉପରେ ବ୍ରେକ୍ ଲାଗୁଥିବାର ଦେଖାଯାଉଛି । ପୁଣିଥରେ ସୁନା ମୂଲ୍ୟରେ ହ୍ରାସ ଦେଖିବାକୁ ମିଳୁଛି । ଚଳିତ ବାଣିଜ୍ୟ ସପ୍ତାହର ପ୍ରଥମ ଦିନରେ ଭାରତୀୟ ଶର୍ରାଫା ବଜାରରେ ସୁନା ଓ ରୁପା ମୂଲ୍ୟ (Silver Price) ଖସିଛି । ଶୁକ୍ରବାର ସୁନା ମୂଲ୍ୟ (Gold Rate) ୧୦ ଗ୍ରାମ ପିଛା ୫୪୦ ଟଙ୍କା ଶସ୍ତା ହୋଇଥିବାବେଳେ ରୁପା ମୂଲ୍ୟ (Silver Rate) କିଲୋଗ୍ରାମ ପିଛା ୯୦୦ ଟଙ୍କା ହ୍ରାସ ଘଟିଛି । ଏହା ପରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ପ୍ରାୟ ୫୭,୯୩୦ ଟଙ୍କା ଓ ରୁପା କିଲୋଗ୍ରାମ ପିଛା ପ୍ରାୟ ୭୩,୮୦୦ ଟଙ୍କା ଦରରେ ବିକ୍ରି ହୋଇଛି । ଆପଣଙ୍କୁ କହି ରଖୁଛୁ ଯେ, ଛୁଟିଦିନ ଯୋଗୁଁ ଶନିବାର ଓ ରବିବାର ଦିନ ସୁନା-ରୂପାର ନୂତନ ମୂଲ୍ୟ ଜାରି ହୁଏ ନାହିଁ । ଏବଂ ଶୁକ୍ରବାର ଦିନର ମୂଲ୍ୟ ଉପରେ କ୍ରୟ ଓ ବିକ୍ରୟ କରାଯାଇଥାଏ ।

ଦେଶରେ ଗତକାଲି (ଗୁରୁବାର) ସୁନା ମୂଲ୍ୟରେ ୬୫୦ ଟଙ୍କାର ବୃଦ୍ଧି ଘଟି ଥିଲା । ଅନ୍ୟପଟେ ଆଜି ଅର୍ଥାତ ଫେବୃଆରୀ ୩ରେ ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୯୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୮,୪୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୩,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୬୦୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୪୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୪,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୪୭୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୬୫୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୫୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୯୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୫୭,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୬୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଏହି ୫ଟି ରୋଗରେ ଆକ୍ରାନ୍ତ ବ୍ୟକ୍ତି ଭୁଲ୍ ବି ଖାଆନ୍ତୁନି ବାଇଗଣ, ନଚେତ୍ ଭୋଗିବେ ଏସବୁ ସମସ୍ୟା!

ଅଧିକ ପଢ଼ନ୍ତୁ:-ଏସବୁ ଦିନରେ ଭୁଲରେ ବି ରଖନ୍ତୁନି ଶାରୀରିକ ସମ୍ପର୍କ, ନଚେତ୍ ଜୀବନ ସାରା ଭୋଗିବାକୁ ପଡ଼ିବ...

ଅଧିକ ପଢ଼ନ୍ତୁ:-ପେନସନ ପାଉଥିବା ବ୍ୟକ୍ତିଙ୍କ ପାଇଁ ବଡ଼ ଖବର; ସରକାର କଲେ ଏପରି ଘୋଷଣା, ଖୁସିରେ ନାଚି ଉଠିବେ ପେନସନଭୋଗୀ!

 

ଆଜି ଭୁବନେଶ୍ୱରରେ ରୁପା (Silver Price) ବି ଶସ୍ତା ହୋଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୮୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟରେ ୧୮୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୭୮୦ ଟଙ୍କା ଥିଲା ।

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।