Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1647590

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । 

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ସୁନା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଆଜି (ମଙ୍ଗଳବାର) ଅର୍ଥାତ ଏପ୍ରିଲ ୧୧ରେ ସୁନା ଦର (Gold Rate) ରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟ (Silver Rate) ସ୍ଥିର ରହିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ସୋମବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୪୨୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୩୯୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୪୦୦ ଟଙ୍କା ଥିଲା । 
 
ସେପଟେ ଆଜି ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଗତକାଲି (ସୋମବାର) ରୁପା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପାରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୩୦୦ ଟଙ୍କାରେ ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୩୦ ଟଙ୍କା ରହିଛି । ଯାହା ଗତକାଲି ୭,୬୬୦ ଟଙ୍କା ଥିଲା ।

fallback

ଅଲଟାଇମ୍ ହାଇରୁ ସୁନା ୮୬୦ ଓ ରୁପା ୩,୩୮୦ ଟଙ୍କା ମିଳୁଛି ଶସ୍ତା 

ଏପ୍ରିଲ ୨୦୨୩ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୫ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୨୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୮୬୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୩୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-BCCI କଲା ବଡ଼ ଘୋଷଣା, ୨୦୨୩-୨୪ ବର୍ଷ ପାଇଁ ଭାରତୀୟ କ୍ରିକେଟ୍ କାର୍ଯ୍ୟସୂଚୀ ଜାରି

ଅଧିକ ପଢ଼ନ୍ତୁ-ଆଗାମୀ ୫୮ ଦିନ ଯାଏ ସୂର୍ଯ୍ୟଙ୍କ ପରି ଚମକିବ ଏସବୁ ରାଶିଙ୍କ ଭାଗ୍ୟ, ଟଙ୍କାରେ ଘର ଭରିଦେବେ 'ବୁଧ'!

ଅଧିକ ପଢ଼ନ୍ତୁ-RCB ବିପକ୍ଷରେ ଐତିହାସିକ ବିଜୟ ପରେ ଅଧିନାୟକ ରାହୁଲଙ୍କ ବଡ଼ ବୟାନ, ଏହି ଖେଳାଳିଙ୍କୁ କହିଲେ LSGର ପ୍ରକୃତ ହିରୋ