Gold-Silver Rate Today: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1643646

Gold-Silver Rate Today: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price Todayସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । 

Gold-Silver Rate Today: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା ମୂଲ୍ୟରେ ରେକର୍ଡ ବୃଦ୍ଧି ରେକର୍ଡ ହେବା ପରେ ବିଗତ ୨ ଦିନ ଧରି ଏଥିରେ ହ୍ରାସ ଘଟିଛି । ଆଜି  (ଶନିବାର) ଅର୍ଥାତ ଏପ୍ରିଲ ୮ରେ ମଧ୍ୟ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୮୬୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୮୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୭୯୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୮୦୦ ଟଙ୍କା ଥିଲା । 
 
ଅନ୍ୟପଟେ ଆଜି (ଶନିବାର) ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି ରୁପା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କାରେ ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୬୦ ଟଙ୍କା ରହିଛି । ଯାହା ଗତକାଲି ୭,୬୬୦ ଟଙ୍କା ଥିଲା ।

fallback

ଅଲଟାଇମ୍ ହାଇରୁ ସୁନା ୪୬୦ ଓ ରୁପା ୩,୩୮୦ ଟଙ୍କା ମିଳୁଛି ଶସ୍ତା 

ଏପ୍ରିଲ ୨୦୨୩ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୫ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୨୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୪୬୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୩୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-IPL ମଝିରେ ଭାରତୀୟ କ୍ରିକେଟ୍ ପାଇଁ ଦୁଃଖଦ ଖବର, ଏହି ଖେଳାଳିଙ୍କ ନିଧନ; ଶୋକରେ ବୁଡ଼ିଲା କ୍ରୀଡା ଜଗତ

ଅଧିକ ପଢ଼ନ୍ତୁ-ପେନସନଭୋଗୀଙ୍କ ପାଇଁ ବଡ଼ ଖବର; ସରକାର ବଢ଼ାଇଲେ ପେନସନ ରାଶି! ବର୍ତ୍ତମାନ ଏହି ଲୋକମାନେ ପାଇବେ ଅଧିକ ଟଙ୍କା

ଅଧିକ ପଢ଼ନ୍ତୁ-ଶୁକ୍ର ଦେବ କଲେ ଗୋଚର, ଏହି ୫ଟି ରାଶିଙ୍କ ଖୋଲିଲା ଭାଗ୍ୟ; ମାସ ସାରା ବର୍ଷିବ ଧନ, ମିଳିବ ଅନେକ ଖୁସି ଖବର

 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।