Gold-Silver Price: ଶୀଘ୍ର କରନ୍ତୁ, ସୁନା ୮୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ମିଳୁଛି ଶସ୍ତା!
Advertisement
Article Detail0/zeeodisha/odisha1673107

Gold-Silver Price: ଶୀଘ୍ର କରନ୍ତୁ, ସୁନା ୮୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ସୁନା-ରୁପାର ଯେଉଁ ଦାମ କୁହାଯାଇଛି, ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ ।

Gold-Silver Price: ଶୀଘ୍ର କରନ୍ତୁ, ସୁନା ୮୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ମିଳୁଛି ଶସ୍ତା!

Gold-Silver Price: ଗତକାଲି ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିବା ପରେ ଆଜି (ଶନିବାର) ଅର୍ଥାତ ଏପ୍ରିଲ ୨୯ରେ ସୁନା ପରି ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୯୩୦ ଟଙ୍କାକୁ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୮୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୮୫୦ ଟଙ୍କାକୁ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୭୫୦ ଟଙ୍କା ଥିଲା । 
 
ସେପଟେ ଆଜି ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟି ଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କାକୁ ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୬,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୬୨୦ ଟଙ୍କା ରହିଛି । ଯାହା ଗତକାଲି ୭,୬୨୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ୮୦୦ ଟଙ୍କା ଓ ରୁପା ୩,୭୮୦ ଟଙ୍କା ଶସ୍ତା ମିଳୁଛି

ଏପ୍ରିଲ ୨୦୨୩ ମାସରେ ସୁନା (Gold Price) ସର୍ବକାଳୀନ ଉଚ୍ଚ ଦରରେ ପହଞ୍ଚିଥିଲା ।​ ୧୪ ଏପ୍ରିଲ ୨୦୨୩ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୬,୬୫୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା । ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୮୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହି​ ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୩,୭୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର: ବଢ଼ିଯାଇଛି ପେନସନ ରାଶି, ପ୍ରତି ମାସରେ ମିଳିବ ଅତିରିକ୍ତ ୨୩,୩୦୦ ଟଙ୍କା!

ଅଧିକ ପଢ଼ନ୍ତୁ-୩ଟି ରାଶିର ଲୋକ ହୋଇଯାଆନ୍ତି ସତର୍କ; କିଛି ଦିନ ପରେ ଶନି-ଚନ୍ଦ୍ର ସୃଷ୍ଟି କରିବେ ବିଷ ଯୋଗ, ବର୍ଷିବ କେବଳ ସଂକଟ ହିଁ ସଂକଟ

ଅଧିକ ପଢ଼ନ୍ତୁ-ବୁଦ୍ଧ ପୂର୍ଣ୍ଣିମାରେ ଲାଗିବ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ; ୩ଟି ରାଶିର ଖୋଲିଯିବ ଭାଗ୍ୟ, ନୂତନ ଚାକିରି-ପଦୋନ୍ନତି ସହ ମିଳିବ ପ୍ରବଳ ଟଙ୍କା

 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।