Today Gold-Silver Price: ଶୀଘ୍ର କରନ୍ତୁ, ସୁନା ୨,୯୫୦ ଟଙ୍କା ଓ ରୁପା ୧୩,୯୮୦ ଟଙ୍କା ମିଳୁଛି ଶସ୍ତା!
Advertisement
Article Detail0/zeeodisha/odisha1607908

Today Gold-Silver Price: ଶୀଘ୍ର କରନ୍ତୁ, ସୁନା ୨,୯୫୦ ଟଙ୍କା ଓ ରୁପା ୧୩,୯୮୦ ଟଙ୍କା ମିଳୁଛି ଶସ୍ତା!

Today Gold-Silver Price: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ରବିବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । କାରଣ ଗତକାଲି ବଜାରର ବନ୍ଦ ଥିଲା । ସେପଟେ ଆଜି (ସୋମବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ବୃଦ୍ଧି ଘଟିଛି ।

Today Gold-Silver Price: ଶୀଘ୍ର କରନ୍ତୁ, ସୁନା ୨,୯୫୦ ଟଙ୍କା ଓ ରୁପା ୧୩,୯୮୦ ଟଙ୍କା ମିଳୁଛି ଶସ୍ତା!

Today Gold-Silver Price: ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ମାର୍ଚ୍ଚ ୧୩ରେ ଦେଶରେ ସୁନା ଓ ରୁପା ମୂଲ୍ୟ (Gold-Silver Rate) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ରବିବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । କାରଣ ଗତକାଲି ବଜାରର ବନ୍ଦ ଥିଲା । ସେପଟେ ଆଜି (ସୋମବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୩୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୭,୮୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୨,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୧୫୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତକାଲି (ରବିବାର) ବଜାର ବନ୍ଦ ଥିବାରୁ ରୁପା ଦର ସ୍ଥିର ରହିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୫୭୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୨,୯୫୦ ଟଙ୍କା ଓ ରୁପା ୧୩,୯୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୨,୯୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୩,୯୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-ଅହମ୍ମଦାବାଦ ଟେଷ୍ଟ ମ୍ୟାଚ୍ ଶେଷ ହେବା ପୂର୍ବରୁ WTC ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ, ବିରାଟ କୋହଲିଙ୍କ ବନ୍ଧୁ ଭାରତକୁ ଦେଲେ ଏହି ଖାସ୍ ଗିଫ୍ଟ

ଅଧିକ ପଢ଼ନ୍ତୁ-କର୍ମଚାରୀଙ୍କ ପାଇଁ ଖୁସି ଖବର: ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା, ଆକାଉଣ୍ଟକୁ ଆସିବ ଏତେ ଟଙ୍କା

ଅଧିକ ପଢ଼ନ୍ତୁ-ଯେଉଁ କାମ ବିରାଟ-ରୋହିତ-ସ୍ମିଥଙ୍କ ପରି ଦିଗ୍ଗଜମାନେ କରିପାରି ନାହାଁନ୍ତି, ସେହି କାମ କରିଦେଖାଇଛନ୍ତି କେଏସ୍ ଭରତ

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।