Today Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ୨,୨୫୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1609151

Today Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ୨,୨୫୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍

Today Gold-Silver Price: ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

Today Gold-Silver Price: ଶୀଘ୍ର କରନ୍ତୁ: ରେକର୍ଡ ଦରରୁ ୨,୨୫୦ ଶସ୍ତା ମିଳୁଛି ସୁନା, ଜାଣନ୍ତୁ ଆଜିର ନୂଆ ରେଟ୍

Today Gold-Silver Price: ବିଗତ କିଛି ଦିନ ଧରି ସୁନା ଓ ରୁପା ପରି ମୂଲ୍ୟବାନ ଧାତୁ ମୂଲ୍ୟ ଲଗାତର ବଢ଼ି ଚାଲଛି । ଆଗାମୀ ସମୟରେ ମଧ୍ୟ ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ଘଟିବ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏହି କ୍ରମରେ ଆଜି (ମଙ୍ଗଳବାର) ଅର୍ଥାତ ମାର୍ଚ୍ଚ ୧୪ରେ ଦେଶରେ ସୁନା ଓ ରୁପା ମୂଲ୍ୟ (Gold-Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ସୋମବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ସୁନା ଦରରେ ୭୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୯୮୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୭,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୩,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୪୫୦ ଟଙ୍କା ଥିଲା । 
 
ଆଜି ଦେଶରେ ରୁପା ମୂଲ୍ୟ (Silver Price) ମଧ୍ୟ ବୃଦ୍ଧି ଘଟିଛି । ଗତକାଲି (ସୋମବାର) ରୁପା ଦରରେ ମଧ୍ୟ ୩୦୦ ଟଙ୍କାର ବୃଦ୍ଧି ଦେଖାଦେଇଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୨୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୬୦୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୨,୨୫୦ ଟଙ୍କା ଓ ରୁପା ୧୧,୪୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୨,୨୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୧,୪୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-ଏହି ବାସ୍ତୁ ଦୋଷ ଥିବାରୁ କେବେ ମଧ୍ୟ ଘରେ ଆସି ନଥାଏ ଧନ-ସମ୍ପତ୍ତି

ଅଧିକ ପଢ଼ନ୍ତୁ-କଲେଜ ଯିବା ବାହାନାରେ ଘରୁ ବାହାରିଥିଲେ ୮ ଯୁବତୀ, ସିଧା ପହଞ୍ଚିଲେ ହୋଟେଲ; ୧୧ ଜଣ ଯୁବକଙ୍କ ସହ ଧରିଲା ପୋଲିସ

ଅଧିକ ପଢ଼ନ୍ତୁ-BCCI ଓ ICC ମଧ୍ୟରେ ଆରମ୍ଭ ହେଲା ଲଢ଼େଇ! ପିଚ୍ ବିବାଦକୁ ନେଇ ସାମ୍ନାକୁ ଆସିଲା ଏହି ବଡ଼ ଅପଡେଟ୍

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।