Today Gold-Silver Price: ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Today Gold-Silver Price: ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । 

Today Gold-Silver Price: ରେକର୍ଡ ସ୍ତରରେ ପହଞ୍ଚିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଆଜି (ଶନିବାର) ଅର୍ଥାତ ମାର୍ଚ୍ଚ ୧୮ରେ ଦେଶରେ ସୁନା ଓ ରୁପା ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି । ଦେଶରେ ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୭୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୬୩୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୩୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୮,୬୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୮୦୦ ଟଙ୍କା ଥିଲା । 
 
ସେହିପରି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି (ଶୁକ୍ରବାର) ରୁପା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୨୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୯୮୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୧୦୦ ଟଙ୍କା ଓ ରୁପା ୭,୮୦୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୧୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୭,୮୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-ହୃଦଘାତ ପୂର୍ବରୁ ଶରୀରରେ ଆସେ ଏସବୁ ପରିବର୍ତ୍ତନ, କଦାପି କରନ୍ତୁନି ଅଣଦେଖା

ଅଧିକ ପଢ଼ନ୍ତୁ-ପ୍ରଥମ ଦିନିକିଆ ବିଜୟର ଏହି ୪ ହିରୋ ଏପରି ପଲଟିଲେ ବାଜି, ଏହା ଥିଲା ମ୍ୟାଚର ଟର୍ଣ୍ଣିଂ ପଏଣ୍ଟ

ଅଧିକ ପଢ଼ନ୍ତୁ-ଲାଇଭ୍ ମ୍ୟାଚରେ କୋହଲିଙ୍କ ସହ ଦୁର୍ବ୍ୟବହାର କଲେ ପାଣ୍ଡ୍ୟା, ଅଧିନାୟକ ହେବା ପରେ ବଢ଼ିଚାଲିଛି ଗର୍ବ ଅହଂକାର! ଦେଖନ୍ତୁ ଭିଡିଓ

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।