Odisha Health Infrastructure Project Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ
Advertisement
Article Detail0/zeeodisha/odisha1986649

Odisha Health Infrastructure Project Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

Odisha CM Inaugurated Health Infrastructure Project: ବୁଧବାର ମୁଖ୍ୟମନ୍ତ୍ରୀ ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ ପ୍ରକଳ୍ପ ଉଦ୍‌ଘାଟନ କରିଥିବା ବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। 

Odisha Health Infrastructure Project Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

Odisha CM Launch Health Infrastructure Project in State: ନଭେମ୍ବର ୩୦ ତାରିଖ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ ପ୍ରକଳ୍ପ ଉଦ୍‌ଘାଟନ କରିଥିବା ବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ୫ଟି ଉପକ୍ରମରେ ବିଭନ୍ନ ପଦକ୍ଷେପ ଦ୍ୱାରା ସରକାରୀ ଚିକିତ୍ସାଳୟରେ ରୂପାନ୍ତର ଆସିପାରିଛି। ଏହା ଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି। 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ଲୋକେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପ୍ରକଳ୍ପ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇଥିଲେ ମୁଖ୍ୟମନ୍ତ୍ରୀ। "ସୁସ୍ଥ ଓଡିଶା ସୁଖି ଓଡିଶା" ଆମର ଲକ୍ଷ୍ୟ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ଡାକ୍ତରଖାନାର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି। ଏସସିବି ମେଡିକାଲ୍ କଲେଜ୍‌ କିପରି ବିଶ୍ୱସ୍ତରୀୟ କରାଯାଇ ପାରିବ ସେ ନେଇ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲ ଠାରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଏବଂ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଅଧିନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ସବୁ ସ୍ତରର ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ, ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦  ୧୨୦  ୧୨୦  ୧୦୪ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ’। ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ ଓ କରି ଚାଲିବୁ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଥିଲେ ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଏବଂ ଦିଗ୍‌ଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ଆଜି ଆମ ରାଜ୍ୟ ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ମ୍ୟାଲେରିଆ ଏବଂ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଆମେ ଆଗୁଆ ରହିଛୁ। ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ "ସୁସ୍ଥ ଓଡିଶା ସୁଖି ଓଡିଶା" ଏବଂ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ।

୫ଟି ଅଧ୍ୟକ୍ଷ ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ସଚିବ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହା ସହିତ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ସ୍ୱାସ୍ଥ୍ୟ ଅଧିକାରୀ ଅନ୍‌ଲାଇନ୍‌ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲେ।