Hirakud Dam: ଆଜି ଖୋଲିଲା ହୀରାକୁଦର ଏତିକି ଗେଟ୍, ମହାନଦୀ ମଧ୍ୟକୁ ନ ଯିବାକୁ ବାରଣ
Advertisement
Article Detail0/zeeodisha/odisha1791690

Hirakud Dam: ଆଜି ଖୋଲିଲା ହୀରାକୁଦର ଏତିକି ଗେଟ୍, ମହାନଦୀ ମଧ୍ୟକୁ ନ ଯିବାକୁ ବାରଣ

Sambalpur News: ଆଜି ହୀରାକୁଦ (Hirakud Dam) ଜଳ ଭଣ୍ତାରର ଗେଟ୍ ଖୋଲିଲା । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଜଳ ଭଣ୍ତାରର ୫ଟି ଗେଟ୍ ଖୋଲାଯିବା(Hirakud dam gates) ବୋଲି ଜଣାପଡିଛି। ସକାଳ ୯ଟାରେ ଗେଟ ଖୋଲାଯାଇଛି ବୋଲି ସୂଚନା ମିଳିଛି। ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଏହି ୫ଟି ଗେଟ୍ ଦେଇ ନିଷ୍କାସନ ହେଉଛି । 

ସୌଜନ୍ୟ- ସୋସିଆଲ ମିଡ଼ିଆ

Sambalpur News: ଆଜି ହୀରାକୁଦ (Hirakud Dam) ଜଳ ଭଣ୍ତାରର ଗେଟ୍ ଖୋଲିଲା । ପ୍ରଥମ ପର୍ଯ୍ୟାୟରେ  ହୀରାକୁଦ ଜଳ ଭଣ୍ତାରର ୫ଟି ଗେଟ୍ ଖୋଲାଯିବା(Hirakud dam gates) ବୋଲି ଜଣାପଡିଛି। ସକାଳ ୯ଟାରେ ଗେଟ ଖୋଲାଯାଇଛି ବୋଲି ସୂଚନା ମିଳିଛି। ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଏହି ୫ଟି ଗେଟ୍ ଦେଇ ନିଷ୍କାସନ ହେଉଛି । ଏଥିପାଇଁ ପୂଜାର୍ଚ୍ଚନା ମଧ୍ୟ କରାଯାଇଛି। ପ୍ରଥମେ ୭ ନମ୍ବର ଗେଟ୍‌ ଖୋଲାଯାଇଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ।  ଏଥି ପାଇଁ ମହାନଦୀ ମଧ୍ୟକୁ କାହାକୁ ନଯିବା ପାଇଁ ପୂର୍ବରୁ ଡାକବାଜି ଯନ୍ତ୍ର ଦ୍ୱାରା ଲୋକଙ୍କୁ ସତର୍କ କରାଯାଇଛି । ସେହିପରି ମହାନଦୀ ତଟବର୍ତ୍ତୀ ୧୨ ଟି ଜିଲ୍ଲାର ଜ଼ିଲ୍ଲାପାଳ ଓ ଏସ୍‌ପି ମାନଙ୍କୁ ମଧ୍ୟ ସତର୍କ କରାଯାଇଛି।

Also Read: Weather Update: ସତର୍କ କରାଇଲା ପାଣିପାଗ ବିଭାଗ, ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ!

Also Read: Road Accident: ବସକୁ ପଛରୁ ପିଟିଲା ଟ୍ରକ୍, ଘଟଣାସ୍ଥଳରେ ୬ ମୃତ

Also Read: Horoscope Today 23 July 2023: ଆଜି ଏହି ୫ଟି ରାଶି ପାଇଁ ଅତ୍ୟନ୍ତ ଶୁଭ, ଏହି ୨ଟି ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

ଖବର ଅନୁଯାୟୀ, ପ୍ରଥମ ଦିନରେ ପ୍ରର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲିଯିବ । ବାମ ପାଶ୍ବରେ ୩ଟି ଓ ଡାହାଣ ପାଶ୍ବରେ ୨ଟି ଗେଟ୍ ଖୋଲିବାକୁ ଡ୍ୟାମ୍ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏଥିରେ ୭୫ ହଜାର କ୍ୟୁସେକ୍ ଜଳ ନିସ୍କାସିତ ହେବ ।  ଏଥିପାଇଁ ପ୍ରଶାସନିକ ଓ ଜଳ ସମ୍ପଦ ବିଭାଗ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି।  ଏପଟେ ବଢିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର। ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍‌ରେ ପହଂଚିଥିବା ବେଳେ ଶନିବାର ଏହି ସମୟରେ ଜଳସ୍ତର ୬୧୪.୪୩ ଫୁଟ୍‌ରେ ପହଂଚିଛି । ଏହି ସମୟରେ ଜଳଭଣ୍ଡାରକୁ ୬୪,୮୦୦ କ୍ୟୁସେକ୍ ଜଳପ୍ରବେଶ କରୁଥିବା ବେଳେ ୪୦,୭୨୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା । ସେଥିରୁ ୩୭,୩୭୮ କ୍ୟୁସେକ୍ ଜଳ ପାୱାର ଚାନେଲ ଦେଇ ମହାନଦୀରେ ନିଷ୍କାସିତ ହେଉଥିବା ବେଳେ ୩୦୭୩ କ୍ୟୁସେକ୍ ଜଳସେଚନ ନିମନ୍ତେ କେନାଲଗୁଡ଼ିକରେ ଛଡ଼ାଯାଇଛି । ରବିବାର ସକାଳେ ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିବା ନେଇ ଆକଳନ କରାଯାଉଛି । ଗତ ବର୍ଷ ୧୮ ଜୁଲାଇରେ ସେହି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା ।

ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି. ଅର୍ଥା ୯୦% ଛତିଶଗଡ଼ ରାଜ୍ୟର ଅନ୍ତର୍ଭୁକ୍ତ । ହୀରାକୁଦ ଜଳଭଣ୍ଡାରର କ୍ଷମତା ୪,୮୨୧ ନିୟୁତ ଘନ ମିଟର ଏବଂ ସିଧାସଳଖଭାବେ ଏଥିରୁ ୨ ଲକ୍ଷ ୬୭ ହଜାର ଜମି ଜଳସେଚିତ ହେଉଛି । ଏହାଛଡା ହୀରାକୁଦର ଦୁଇଟି ପ୍ରକଳ୍ପରୁ ୩୪୭ ମେଗାୱାଟ ବିଦ୍ୟୁତ ଉତ୍ପାଦନ ହେଉଛି ।