Republic Day 2024: ଦେଶର ବିକାଶରେ ରହିଛି ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଭୂମିକା
Advertisement
Article Detail0/zeeodisha/odisha2078743

Republic Day 2024: ଦେଶର ବିକାଶରେ ରହିଛି ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଭୂମିକା

Odisha CM Naveen Patnaik: ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି।

 

Republic Day 2024: ଦେଶର ବିକାଶରେ ରହିଛି ଓଡ଼ିଶାର ଗୁରୁତ୍ବପୂର୍ଣ୍ଣ ଭୂମିକା

Odisha CM Message on Republic Day 2024: ଚଳିତ ବର୍ଷ ଦେଶରେ ପାଳିତ ହେଉଛି ୭୫ ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବିଆର ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ୍ ଲକ୍ଷ୍ମଣ ନାଏକ, ବୀର ସୁରେନ୍ଦ୍ର ସାଏ, ମାଆ ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ, ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହା ସହିତ ଦେଶର ଶାନ୍ତି ତଥା ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କୁ ମଧ୍ୟ ସାଧାରଣତନ୍ତ୍ର ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

୨୦୨୪ ସାଧାରଣତନ୍ତ୍ର ଦିବସ ଅବସରରେ ମତ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି, ଅହିଂସା, ନ୍ୟାୟ, ସମତା, ବିକାଶର ରାସ୍ତାରେ ଆମେ ଚାଲୁଛୁ। ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି। ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ସବୁ ରାଜ୍ୟ ଭଳି ଓଡ଼ିଶାର ମଧ୍ୟ ଗୁରୁତ୍ବପୁର୍ଣ ଭୂମିକା ରହିଛି। ବିଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶା କରିଥିବା ବିକାଶ ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟ ମାନଙ୍କ ଆଦର୍ଶ ହୋଇଛି। 

ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି। ଆମର କୀର୍ତ୍ତି ହେଉଛି ଆମ ସ୍ୱାଭିମାନ ତଥା  ଅସ୍ମିତାର ପରିଚୟ। ସତ୍ୟବାଦୀ ଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ ଲୋକାର୍ପିତ ହୋଇସାରିଛି। ଯାହା ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ରାଜ୍ୟରେ ଅର୍ଥନୈତିକ ବିକାଶ ଖୁବ୍ ପ୍ରଭାବଶାଳୀ ରହିଛି। ଯାହା ଜାତୀୟ ହାର ଠାରୁ ଅଧିକ ରହିଛି। ଗରିବୀ ହ୍ରାସ କରିବାରେ ଓଡ଼ିଶା ଦେଶର ଏକ ପ୍ରମୁଖ ରାଜ୍ୟ ହୋଇପାରିଛି। ନୀତି ଆୟୋଗ ରିପୋର୍ଟ କହୁଛି ବିଗତ ୯ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବୀ ପ୍ରଭାବରୁ ମୁକ୍ତ ହୋଇଛନ୍ତି।

ଆମର ୫ଟି ଉପକ୍ରମ କାରଣରୁ ସରକାରୀ ବ୍ୟବସ୍ଥା ଅଧିକ ଫଳପ୍ରଦ ହୋଇଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ଵାସ୍ଥ୍ୟ ଯୋଗାଯୋଗ ଜଳସେଚନ ପରିବହନ, କ୍ରୀଡ଼ା ସବୁ  କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି। ମୋ ସରକାର ଗାଁ ଗଣ୍ଡାକୁ ବିକାଶର କେନ୍ଦ୍ର କରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗଣ୍ଡାରେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର କରାଯାଉଛି। ଗ୍ରାମାଞ୍ଚଳରେ ଡିଜିଟାଲ ଭିତ୍ତିଭୂମି ବିକଶିତ କରାଯାଉଛି। ଲକ୍ଷ୍ମୀ ବସ ଯୋଜନା ଗ୍ରାମାଞ୍ଚଳରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଯାହା ଗାଁ ଗଣ୍ଡାର ସାମାଜିକ ଆର୍ଥିକ ବ୍ୟବସ୍ଥାକୁ ଏକ ନୂଆ ଜୀବନ ଦେଇଛି। 

ଚାଷ ତଥା ଚାଷୀର ଉନ୍ନତି ପାଇଁ ମୁଁ ସବୁବେଳେ ଗୁରୁତ୍ଵ ଦେଇ ଆସିଛି। ମାଆ ମାନେ କେବଳ ପରିବାର ନୁହେଁ ବରଂ ଆମ ସମାଜର ଶକ୍ତି। ମିଶନ ଶକ୍ତି ପ୍ରାୟ ୭୦ ଲକ୍ଷ ମାଆଙ୍କୁ ବିକାଶର ସାରଥି କରିଛି। ସେମାନଙ୍କ ଉପରେ ମୋର ଖୁବ୍ ଭରସା ରହିଛି। ଷ୍ଟାର୍ଟ ଅପେ କ୍ଷେତ୍ରରେ ଦେଶରେ ଓଡ଼ିଶା ଶୀର୍ଷ ରାଜ୍ୟଙ୍କ ତାଲିକାରେ ରହିଛି। ଭାରତ ସରକାର ଆମକୁ ଏଥିପାଇଁ ପୁରସ୍କୃତ କରିଛନ୍ତି। ଶିଳ୍ପ, ସୂଚନା ପ୍ରଯୁକ୍ତି ବିଦ୍ୟା, ଷ୍ଟାର୍ଟ ଅପ୍ ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି। 

ଆମର ନୀତି ତଥା ଯୁବ ସମାଜର ପାରଦର୍ଶିତା ଯୋଗୁ ଅନେକ ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କ ସଂସ୍ଥାନ ପ୍ରତିଷ୍ଠା କରିବା ପାଇଁ ଓଡିଶାକୁ ପସନ୍ଦ କରୁଛନ୍ତି। ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ୍ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ ବିଏସକେୱାଇ ନବୀନ କାର୍ଡ ଆରମ୍ଭ କରିଛୁ। ଏହା ଦ୍ବାରା ରାଜ୍ୟର ୪ କୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇଛି। ଆମର ବିକାଶ ମଡଲେ ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି। ସମସ୍ତେ ବିକାଶରେ ସହଯୋଗୀ ହୋଇଛନ୍ତି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା। ଆମ ଓଡିଶା ହେବ ଶ୍ରେଷ୍ଠ ଓଡ଼ିଶା। ସ