Petrol-Diesel Price: ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?
Advertisement
Article Detail0/zeeodisha/odisha1477815

Petrol-Diesel Price: ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

Today Petrol-Diesel Price 9 December 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ ।

Petrol-Diesel Price: ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ, ଜାଣନ୍ତୁ ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ?

Today Petrol-Diesel Price 9 December 2022: ଅନ୍ତର୍ଜାତୀୟ ବଜାରରେ ଲଗାତର ଅଶୋଧିତ ତୈଳ ଦରରେ ରେକର୍ଡ ହ୍ରାସ କରାଯାଉଛି । ବର୍ତ୍ତମାନ ସମୟରେ ଅଶୋଧିତ ତୈଳ ରେକର୍ଡ ସ୍ତରରେ ତଳକୁ ଖସି ଆସିଛି । କିନ୍ତୁ ଏହାର ପ୍ରଭାବ ଭାରତର ଘରୋଇ ବଜାରରେ ଦେଖିବାକୁ ମିଳୁନାହିଁ । ଆଜି (ଶୁକ୍ରବାର) ଅର୍ଥାତ ଡିସେମ୍ୱର ୯ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦୀର୍ଘ ୧୯୯ ଦିନ ହେବ ଦେଶରେ ତେଲ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । 

ଏଠାରେ କହି ରଖୁଛୁ ଯେ, ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । ସେହି ସମୟରେ ଦେଶରେ ପେଟ୍ରୋଲ ୯.୫୦ ଟଙ୍କା ଓ ଡିଜେଲ ୭ ଟଙ୍କା ଲିଟର ପିଛା ଶସ୍ତା ହୋଇଥିଲା । କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜସ୍ଥାନ, ମହାରାଷ୍ଟ୍ର, ଓଡିଶା ଏବଂ କେରଳ ସରକାର ମଧ୍ୟ ଭାଟ୍ ହ୍ରାସ କରିଥିଲେ ।

ଶୁକ୍ରବାର ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୭୬.୧୫ ଡଲାରରେ ଖସି ଆସିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୨.୦୮ ଡଲାରରେ ଖସି ଆସିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । 

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୦୪ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୧ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଏହା ବି ପଢ଼ନ୍ତୁ:-ବିରାଟ କୋହଲି ୮ ବର୍ଷ ପରେ ନିଜ କ୍ୟାରିୟରରେ ନେଲେ ଏହି ବଡ଼ ପଦକ୍ଷେପ, ଆପଣ ବି ଜାଣିଲେ ହୋଇଯିବେ ଚକିତ

ଏହା ବି ପଢ଼ନ୍ତୁ:-ପୁରୁଷମାନେ ଭୁଲରେ ବି ସେବନ କରନ୍ତୁ ନାହିଁ ଏସବୁ ଜିନିଷ, ନଚେତ୍ ଯୌନ ଜୀବନ ହୋଇଯିବ ଖରାପ

ଏହା ବି ପଢ଼ନ୍ତୁ:-ଫିଫା ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପହିଞ୍ଚିଲେ ଏହି ୮ଟି ଦଳ, କିଏ କାହାକୁ ଦେବ ଟକ୍କର; ଦେଖନ୍ତୁ ପୂରା ଶେଡ୍ୟୁଲ୍

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।