Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha1486205

Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Petrol-Diesel Price Today: ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । 

Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Price 15 December 2022:  ଅନ୍ତର୍ଜାତୀୟ ବଜାରରେ ପୁଣି ଥରେ ଅଶୋଧିତ ତୈଳ ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ସେପଟେ ଆଜି (ଗୁରୁବାର) ଅର୍ଥାତ ଡିସେମ୍ୱର ୧୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦୀର୍ଘ ୨୦୫ ଦିନ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୮୨.୭୦ ଡଲାରରେ ପହଞ୍ଚିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୭.୨୫ ଡଲାରରେ ପହଞ୍ଚିଛି । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ସେପଟେ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ଖସିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୦୩ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଏହା ବି ପଢ଼ନ୍ତୁ:-ମୋରୋକ୍କୋର ସ୍ୱପ୍ନ ଭାଙ୍ଗିଲା ଫ୍ରାନ୍ସ, ଲଗାତାର ଦ୍ୱିତୀୟ ଥର ପାଇଁ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ; ଆର୍ଜେଣ୍ଟିନା ସହ ହେବ ଟକ୍କର

ଏହା ବି ପଢ଼ନ୍ତୁ:-ପୁରୁଷମାନେ ଶିଶୁଙ୍କୁ ସ୍ତନ୍ୟପାନ କରାଇପାରନ୍ତି ନାହିଁ, ତଥାପି ସେମାନଙ୍କ ଛାତିରେ କାହିଁକି ଥାଏ ନିପ୍ପେଲ୍ସ? ଜାଣନ୍ତୁ ଏହାର କାରଣ

ଏହା ବି ପଢ଼ନ୍ତୁ:-କିଏ ସେ ୧୫ ବର୍ଷୀୟ ଆଲ୍ଲା ମହମ୍ମଦ, ଯାହାଙ୍କ ନାମ IPL ନିଲାମରେ ଆସିବା ପରେ ସୃଷ୍ଟି ହୋଇଛି ହଇଚଇ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।