Today Petrol-Diesel Price: ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

Today Petrol-Diesel Price: ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Price 27 December 2022: ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।

Today Petrol-Diesel Price: ରାଜଧାନୀରେ ପୁଣି ଖସିଲା ପେଟ୍ରୋଲ-ଡିଜେଲ ଦର, ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Today Petrol-Diesel Price 27 December 2022: ଆଜି (ମଙ୍ଗଳବାର) ଅର୍ଥାତ ଡିସେମ୍ୱର ୨୭ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ପ୍ରାୟ ୨୧୭ ଦିନ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦାମ୍ (Petrol-Diesel Price) ସ୍ଥିର ରହିଛି । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୮୩.୯୨ ଡଲାରରେ ପହଞ୍ଚିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୮୦.୫୨ ଡଲାରରେ ପହଞ୍ଚିଛି । ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । ସେହି ସମୟରେ ଦେଶରେ ପେଟ୍ରୋଲ ୯.୫୦ ଟଙ୍କା ଓ ଡିଜେଲ ୭ ଟଙ୍କା ଲିଟର ପିଛା ଶସ୍ତା ହୋଇଥିଲା । 

କେନ୍ଦ୍ର ସରକାରଙ୍କ ଘୋଷଣା ପରେ ରାଜସ୍ଥାନ, ମହାରାଷ୍ଟ୍ର, ଓଡିଶା ଏବଂ କେରଳ ସରକାର ମଧ୍ୟ ଭାଟ୍ ହ୍ରାସ କରିଥିଲେ । ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୭୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୬୩ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୧୮ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-୨୦୨୪ ଲୋକସଭା ନିର୍ବାଚନରେ ଏହି ଆସନରୁ ନିର୍ବାଚନ ଲଢ଼ିବେ ​​ପ୍ରିୟଙ୍କା ଗାନ୍ଧୀ! କଂଗ୍ରେସ ପ୍ରସ୍ତୁତ କଲା ଖାସ୍ ପ୍ଲାନ୍

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ଯୌନ ସମସ୍ୟା ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ ଅଁଳା; ଏହି ଉପାୟରେ କରନ୍ତୁ ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ

ଅଧିକ ପଢ଼ନ୍ତୁ:-ଦିନିକିଆ ବିଶ୍ୱକପ ୨୦୨୩ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବ ମ୍ୟାଚ୍! ସାମ୍ନାକୁ ଆସିଲା ଏହି ବଡ଼ ଅପଡେଟ୍

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।