Petrol Diesel Price Today: ବଜେଟ୍ ପରେ ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ ଆଜି ଲିଟର ପିଛା କେତେ ଅଛି ରେଟ୍?
Advertisement
Article Detail0/zeeodisha/odisha2350461

Petrol Diesel Price Today: ବଜେଟ୍ ପରେ ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ ଆଜି ଲିଟର ପିଛା କେତେ ଅଛି ରେଟ୍?

Petrol Diesel Price Today: ଗାଡି଼ ଚାଳକଙ୍କ ପାଇଁ ଖୁସି ଖବର। କେନ୍ଦ୍ର ବଜେଟ୍ ପରେ ଖସିଲା ପେଟ୍ରୋଲ ଓ ଡିଜେଲ ଦର।  ଆଜି ଜୁଲାଇ ୨୪ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି।  

Petrol Diesel Price Today: ବଜେଟ୍ ପରେ ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ ଆଜି ଲିଟର ପିଛା କେତେ ଅଛି ରେଟ୍?

Petrol Diesel Price Today: ଗାଡି଼ ଚାଳକଙ୍କ ପାଇଁ ଖୁସି ଖବର। କେନ୍ଦ୍ର ବଜେଟ୍ ପରେ ଖସିଲା ପେଟ୍ରୋଲ ଓ ଡିଜେଲ ଦର।  ଆଜି ଜୁଲାଇ ୨୪ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି।  କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

ALSO READ: Surya Gochar 2024: ଅଗଷ୍ଟ ୨ରେ ସୂର୍ଯ୍ୟଙ୍କ ନକ୍ଷେତ୍ର ପରିବର୍ତ୍ତନ ,ଏହିସବୁ ରାଶିଙ୍କୁ ମିଳିବ ବଡ଼ ଲାଭ!

ALSO READ: Puri News: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧.୦୫ ରହିଛି । ସେହିପରି ଡିଜେଲ (୧ ଲିଟର) ୯୨.୬୨ ରହିଛି।  ତେବେ, ଆଜି ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧ ପଇସା ଓ ଡିଜେଲ୍ ଲିଟର ପିଛା ୨ ପଇସା ହ୍ରାସ ହୋଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଆଗକୁ ତୈଳ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୬.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୯.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୬.୩୧ ରହିଥିବା ବେଳେ ଡିଜେଲ (୧ ଲିଟର) ୯୪.୨୭ ରହିଛି। ସେପଟେ  ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୨.୬୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୪.୨୪ ରହିଛି। କୋଲକାତାରେ ପେଟ୍ରୋଲ ମୂଲ୍ୟ(୧ ଲିଟର) ୧୦୬.୦୩ ରହିଥିବା ବେଳେ ଡିଜେଲ(୧ ଲିଟର) ୯୨.୭୬ ରହିଛି।

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ:
ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ:
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।