Today Petrol-Diesel Price: ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha1470812

Today Petrol-Diesel Price: ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Price 5 December 2022: ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । 

Today Petrol-Diesel Price: ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Rate 5 December 2022: ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଡିସେମ୍ୱର ୫ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଦେଶରେ ୧୯୫ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଶେଷ ପରିବର୍ତ୍ତନ ଚଳିତ ବର୍ଷ  ମେ' ୨୨ରେ କରାଯାଇଥିଲା । ପ୍ରତିଦିନ ସକାଳେ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରନ୍ତି । ସେପଟେ ଅଶୋଧିତ ତୈଳ ଦର (Crude Oil Price) ରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ଆଜି ମଧ୍ୟ ଅଶୋଧିତ ତୈଳ ଦରରେ ହ୍ରାସ ରେକର୍ଡ କରାଯାଇଛି । ଆଜି ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୮୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୮ ଡଲାର ରହିଛି ।

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୫ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୨୫ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୬୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮  ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ  ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।