Petrol Diesel Price Today: ଡିସେମ୍ବର ୧୧ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ବୁଧବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି। କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?
ALSO READ: Today Horoscope: ଆଜି ସତର୍କ ରୁହନ୍ତୁ ଏହି ରାଶି! ଦେଖାଦେବ ସ୍ୱାସ୍ଥ୍ୟ ସମସ୍ୟା, ସାଥୀଙ୍କ ସହ ହୋଇପାରେ ମନମାଳିନ୍ୟ
ALSO READ: Guru Ast 2025: ବୃହସ୍ପତିଙ୍କ କୃପାରୁ ନୂଆ ବର୍ଷ ପରେ ୫ ରାଶିଙ୍କ ଆକାଉଣ୍ଟ ହେବ ଫୁଲ୍, କିଣିବେ ନୂଆ ଘର!
ଗତକାଲି ତୈଳ ଦର ସ୍ଥିର ରହିଥିବା ବେଳେ ଆଜି ମଧ୍ୟ ଦରରେ ସେଭଳି କୌଣସି ପ୍ରକାର ପରିବର୍ତ୍ତନ ହୋଇନି। ତୈଳ ଦର ବୃଦ୍ଧି କାଟ୍ କରିବାକୁ ବହୁବାର ଦାବି ହୋଇଥିଲେ ମଧ୍ୟ ସରକାର ଏଥିପ୍ରତି ଧ୍ୟାନ ଦେଉ ନଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ଗ୍ରେଟର ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୦୩ ଟଙ୍କା ୬୨ ପଇସା ରହିଥିବା ବେଳେ ଡିଜେଲ୍ ରେଟ୍ ୯୦ ଟଙ୍କା ୧୭ ପଇସା ରହିଛି । ପେଟ୍ରୋଲ୍ ରେ ୧୮ ଓ ଡିଜେଲ୍ ରେ ୧୭ ପଇସା ହ୍ରାସ ପାଇଛି। ସେହିପରି, କୋଲକାତାରେ ପେଟ୍ରୋଲ ଲିଟର ୧୦୪ ଟଙ୍କା ୯୫ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୭୬ ପଇସା ରହିଛି। ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦ ଟଙ୍କା ୭୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୩୪ ପଇସା ରହିଛି।
ट्रेन्डिंग फोटोज़