Advertisement
Photo Details/zeeodisha/odisha2443956
photoDetails0hindi

Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଲିଟର ପିଛା କେତେ ବଢିଲା ପେଟ୍ରୋଲ ରେଟ୍ ?

Petrol Diesel Price Today: ସେପ୍ଟେମ୍ବର ୨୪ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ମଙ୍ଗଳବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?

 

1/5

ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ପିଛା  ୧୦୧ ଟଙ୍କା ୦୬ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୬୪ ପଇସା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହୁଁଛୁ ଯେ, ଆଜି ଓଡିଶାରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବୃଦ୍ଧି ହୋଇଥିବା ବେଳେ ଡିଜେଲ୍ ଦର ସ୍ଥିର ରହିଛି। ଗତକାଲି ତୈଳ ଦର ହ୍ରାସ ହୋଇଥିବା ବେଳେ ଆଜିର ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି।

ALSO READ: Sola Puja: ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଡଶ ପୂଜା ଆରମ୍ଭ

ALSO READ: Budh Gochar 2024: କନ୍ୟାରେ ବୁଧଙ୍କ ଚଳନ, ଆଜିଠୁ ଏହିସବୁ ରାଶିର ଆରମ୍ଭ ହେଲା ଶୁଭ ସମୟ!

2/5

ତୈଳ ଦର ବୃଦ୍ଧି କାଟ୍ କରିବାକୁ ବହୁବାର ଦାବି ହୋଇଥିଲେ ମଧ୍ୟ ସରକାର ଏଥିପ୍ରତି ଧ୍ୟାନ ଦେଉ ନଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।

 

3/5

ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ(୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ (୧ ଲିଟର) ୮୭.୬୨ ରହିଛି। ସେହିପରି ଗ୍ରେଟର ମୁମ୍ବାଇରେ ପେଟ୍ରୋଲ୍ ଦର ଲିଟର ପିଛା ୧୦୩ ଟଙ୍କା ୬୨ ପଇସା  ରହିଥିବା ବେଳେ ଡିଜେଲ୍ ରେଟ୍ ୯୦ ଟଙ୍କା ୧୭ ପଇସା ରହିଛି । ପେଟ୍ରୋଲ୍ ରେ ୧୮ ଓ ଡିଜେଲ୍ ରେ ୧୭ ପଇସା ହ୍ରାସ ପାଇଛି। ସେହିପରି, କୋଲକାତାରେ ପେଟ୍ରୋଲ ଲିଟର ୧୦୪ ଟଙ୍କା ୯୫ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୭୬ ପଇସା ରହିଛି।  ସେପଟେ, ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୦ ଟଙ୍କା ୭୫ ପଇସା ରହିଥିବା ବେଳେ ଡିଜେଲ (୧ ଲିଟର) ୯୨ ଟଙ୍କା ୩୪ ପଇସା ରହିଛି। 

4/5

ଆପଣ ଘରେ ବସି ଏପରି ଯାଞ୍ଚ କରିପାରିବେ ମୂଲ୍ୟ: ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୌଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

 

5/5

ଏମିତି ଭାବେ ପ୍ରତ୍ୟକ ଦିନ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଯାଞ୍ଚ କରିପାରିବେ: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପ୍ରତିଦିନ ସକାଳ ୬ ଟାରେ ବଦଳିଥାଏ (Today Petrol Diesel Price)। ସକାଳ ୬ ଟାରୁ ନୂତନ ଦର କାର୍ଯ୍ୟକାରୀ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ, ଭାଟ୍ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ମୂଳ ମୂଲ୍ୟଠାରୁ ଦ୍ୱିଗୁଣିତ ହୁଏ। ଏହି କାରଣରୁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଏତେ ଅଧିକ ଦେଖାଯାଏ।