kanchanjunga express: କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ରେଳ ବିଭାଗ ଦେଲା ୧୦ ଲକ୍ଷ
Advertisement
Article Detail0/zeeodisha/odisha2296302

kanchanjunga express: କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ରେଳ ବିଭାଗ ଦେଲା ୧୦ ଲକ୍ଷ

ଦାର୍ଜିଲିଂ ନିକଟରେ ମାଲଗାଡିକୁ ଅଟକିବା ପାଇଁ ରେଡ ସିଗନାଲ ରହିଥିଲା। ମାଲଗାଡିକୁ ଅଟକିବା ପାଇଁ ସିଗନାଲ ରହିଥିଲେ ବି ମାଲଗାଡି ଅଟକିନଥିଲା। ଫଳରେ ଏତେ ବଡ଼ ଦୁର୍ଘଟଣା ଘଟିଥିଲା ବୋଲି କହିଛନ୍ତି। 

kanchanjunga express: କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ରେଳ ବିଭାଗ ଦେଲା ୧୦ ଲକ୍ଷ

Kanchanjunga Express: ନୂଆଦିଲ୍ଲୀ: ଆଜି ପଶ୍ଚିମବଙ୍ଗର ନ୍ୟୁ ଜଲପାଇଗୁଡ଼ିଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତାହତଙ୍କ ଉଦ୍ଦେଶ୍ୟରେ ଶୋକ ବ୍ୟକ୍ତ କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହା ସହିତ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ସହାୟତା ରାଶି କରିଥିବା ବେଳେ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ସେହିପରି ରେଳବାଇ ପକ୍ଷରୁ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି। 

 

ସେହିପରି ପଶ୍ଚିମବଙ୍ଗ ଟ୍ରେନ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେହିପରି ଦୁର୍ଘଟଣା ନେଇ ରେଲୱେ ଅଧିକାରୀଙ୍କ ସହ କଥା ହୋଇଥିବା ଟ୍ୱିଟ୍ କରି କହିଛନ୍ତି ପ୍ରଧାନମନ୍ତ୍ରୀ। ଏହା ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଗସ୍ତ କରିଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରେଳମନ୍ତ୍ରୀ। ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଂଚିଥିବା ସେ ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଘଟଣାରେ ଦୁଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସେପଟେ ମାଲଗାଡିର ଚାଳକଙ୍କ ଖାମଖିଆଲ ନୀତି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ରେଳବାଇର ସିଇଓ ଜୟା ବର୍ମାସିଂହା କହିଛନ୍ତି କି ମାଲଗାଡିର ଚାଳକଙ୍କ ତୃଟିପୂର୍ଣ୍ଣ ଗାଡି ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଦାର୍ଜିଲିଂ ନିକଟରେ ମାଲଗାଡିକୁ ଅଟକିବା ପାଇଁ ରେଡ ସିଗନାଲ ରହିଥିଲା। ମାଲଗାଡିକୁ ଅଟକିବା ପାଇଁ ସିଗନାଲ ରହିଥିଲେ ବି ମାଲଗାଡି ଅଟକିନଥିଲା। ଫଳରେ ଏତେ ବଡ଼ ଦୁର୍ଘଟଣା ଘଟିଥିଲା ବୋଲି କହିଛନ୍ତି।