Raja Utsav: ଆଜି ଶେଷ ରଜ ବା ଭୂମି ଦହନ, ଖାଲିପାଦରେ ଚାଲିବା ମନା
Advertisement
Article Detail0/zeeodisha/odisha2294886

Raja Utsav: ଆଜି ଶେଷ ରଜ ବା ଭୂମି ଦହନ, ଖାଲିପାଦରେ ଚାଲିବା ମନା

Raja Utsav: କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । 

Raja Utsav: ଆଜି ଶେଷ ରଜ ବା ଭୂମି ଦହନ, ଖାଲିପାଦରେ ଚାଲିବା ମନା

Raja Utsav: ସାରା ରାଜ୍ୟରେ ରଜ ଉତ୍ସବର ମାହୋଲ। ରଜ ଓଡ଼ିଶାର ଏକ ପାରମ୍ପରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହି ପର୍ବ ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ ଏହା ପୂର୍ବରୁ ପଡିଥାଏ ସଜବାଜ,ପରେ ପହିଲି ରଜ ପଡେ ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।  ରାଜ୍ୟର ଗଣପର୍ବ ରଜ ପର୍ବ ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । 

ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । 

କେମିତି କରିଯାଏ ପାଳନ-: 
ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି ।  ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ । ତେବେ ଆଜି ହେଉଛି ଶେଷ ରଜ ବା ଭୂମି ଦହନ । ଆଜିର ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ । କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଏବଂ ଗୁଆ ଖୋଳପା ବା କଦଳୀ ପାସଟୁଙ୍ଗା ବା ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି । ଏହାଦ୍ୱାରା ଧରିତ୍ରୀ ମାତାକୁ କଷ୍ଟ ହୋଇନଥାଏ। 

ଆସନ୍ତାକାଲି ବସୁମତି ସ୍ନାନ
ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି ।

Also Read: School Midday Meal: ୧୮ରୁ ଖୋଲିବ ସ୍କୁଲ, ପ୍ରଥମ ଦିନରୁ ମିଳିବ ମଧ୍ୟାହ୍ନ ଭୋଜନ

Also Read: Srimandira News: ତରବରିଆ ହେଲା କି ନିଷ୍ପତ୍ତି, ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼