Republic Day 2024: ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ; ବିଶିଷ୍ଟ ସେବା ଲାଗି ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି-ରାଜ୍ୟପାଳ ପଦକ
Advertisement
Article Detail0/zeeodisha/odisha2080230

Republic Day 2024: ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ; ବିଶିଷ୍ଟ ସେବା ଲାଗି ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି-ରାଜ୍ୟପାଳ ପଦକ

Republic Day 2024 Gallantry Award-Service Medals:  ୭୫ ତମ ସ୍ୱାଧିନତା ଦିବସ ଅବସରରେ ବିଶିଷ୍ଟ ସେବା ଲାଗି ୫୦ ଜଣଙ୍କୁ ମିଳିଛି ରାଷ୍ଟ୍ରପତି-ରାଜ୍ୟପାଳ ପଦକ।

 

Republic Day 2024: ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ; ବିଶିଷ୍ଟ ସେବା ଲାଗି ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି-ରାଜ୍ୟପାଳ ପଦକ

 

Gallantry Awards-Service Medals Announced Odisha (ସୂର୍ଯ୍ୟ ନାରାୟଣ ମହାନ୍ତି): ୭୫ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ। ଏହି ଅବସରରେ ବିଶିଷ୍ଟ ସେବା ଲାଗି ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଏବଂ ରାଜ୍ୟପାଳ ପଦକ ପ୍ରଦାନ କରାଯାଇଛି। ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ, ବେସାମରିକ ପ୍ରତିରକ୍ଷା ବାହିନୀ, ଓଡ଼ିଶା କାରାଗାର ସଂସ୍ଥା ଏବଂ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ତଥା କର୍ମଚାରୀଙ୍କୁ ରାଜ୍ୟପାଳ ରଘୁବର ଦାସ ୨୦୨୩ ସ୍ଵାଧୀନତା ଦିବସ ପାଇଁ ରାଷ୍ଟ୍ରପତି ତଥା ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି। ଜାନୁଆରୀ ୨୬ ତାରିଖ ଶୁକ୍ରବାର ଲୋକସେବା ଭବନ କନ୍‌ଭେନ୍‌ସନ୍ ହଲ୍‌ ଠାରେ ଆୟୋଜିତ ହୋଇଥିବା ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥ ଭାବେ ଯୋଗଦେଇ ରାଜ୍ୟପାଳ ରାଜ୍ୟ ଆରକ୍ଷୀ ବାହିନୀର ୪ ଜଣଙ୍କୁ ସେମାନଙ୍କ ମାଓ ବିରୋଧ୍ ଅଭିଯାନ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ସାହସିକତା ପଦକ ଏବଂ ମାନପତ୍ର ପ୍ରଦାନ କରିଥିଲେ।

ସେହି ପରି ୨ ଜଣ ଆରକ୍ଷୀ ଅଧିକାରୀଙ୍କୁ ତାଙ୍କର ବିଶିଷ୍ଟ ସେବା ଲାଗି ରାଷ୍ଟ୍ରପତି ପଦକ ସହ ୧୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ସହ ମାନପତ୍ର ପ୍ରଦାନ କରାଯାଇଥିଲା। ସେହିପରି ୧୧ ଜଣ ଅଧିକାରୀ ତଥା କର୍ମଚାରୀଙ୍କୁ ତାଙ୍କର ଉଲ୍ଲେଖ ନୀୟ ସେବା ଲାଗି ରାଷ୍ଟ୍ରପତି ପଦକ ସହ ୭ ହଜାର ୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ସହ ମାନପତ୍ର ପ୍ରଦାନ କରାଯାଇଥିଲା।  ୨୦୨୩ ସ୍ଵାଧୀନତା ଦିବସ ଲାଗି ରାଜ୍ୟ ଆରକ୍ଷୀ ବାହିନୀର ୨୦ ଜଣ ଅଧିକାରୀ ଏବଂ କର୍ମଚାରୀଙ୍କୁ ରାଜ୍ୟପାଳ ପଦକ ସହିତ ମାନପତ୍ର ପ୍ରଦାନ କରାଯାଇଥିଲା। ରାଜ୍ୟ ଅଗ୍ନିଶମ ସେବା ବର୍ଗର ଜଣଙ୍କୁ ୨୦୨୩ ସ୍ଵାଧୀନତା ଦିବସ ପାଇଁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ସାହସିକତା ପଦକ ପ୍ରଦାନ କରାଯାଇଥିବା ବେଳେ ୨ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା। ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ବାହିନୀ ବର୍ଗରେ ୩ ଜଣଙ୍କୁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା। 

ଅଗ୍ନିଶମ ତଥା ଜରୁରୀକାଳୀନ ସେବା ବର୍ଗର ୨ ଜଣ ଅଧିକାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ସେବା ଲାଗି ୨୦୨୩ ସ୍ଵାଧୀନତା ଦିବସ ପାଇଁ ରାଜ୍ୟପାଳ ପଦକ ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଓଡ଼ିଶା କାରାଗାର ସଙ୍ଗଠନରେ କାର୍ଯ୍ୟରତ ୫ ଜଣ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠ ତଥା ବୃତ୍ତିଗତ ନୈପୁଣ୍ୟ ପାଇଁ ୨୦୨୩ ସ୍ଵାଧୀନତା ଦିବସ ପାଇଁ ପ୍ରଶଂସନୀୟ ସଂସ୍କାର ସେବା ପଦକ, ୭୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ୨୦୨୪ ସାଧାରଣତନ୍ତ୍ର ଦିବସ ପାଇଁ ପବକ ତାଲିକା ଘୋଷଣା କରାଯାଇଥିଲା। 

ଯେଉଁଥରେ ସାହସିକତା, ବିଶିଷ୍ଟ ସେବା ତଥା ଉଲ୍ଲେଖନୀୟ ସେବା ପାଇଁ ୩୩ ଜଣଙ୍କ ନାମ ଘୋଷଣା ହୋଇଛି। ଏହି ପଦକ ପ୍ରଦାନ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ସମସ୍ତଙ୍କୁ ପଦକ , ମାନପତ୍ର, ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ, ରାଜ୍ୟ କାରାଗାର ଏବଂ ସଂସ୍କାର ସେବା ମହାନିର୍ଦ୍ଦେଶକ ଅମ୍ରିତ ମୋହନ ପ୍ରସାଦ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ତଥା ବେସାମରିକ ପ୍ରତିରକ୍ଷା ସେବା ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।