Gold-Silver Price: ପୁଣି ଖସିଲା ସୁନା ଦର, ୨,୩୫୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍
Advertisement
Article Detail0/zeeodisha/odisha1610560

Gold-Silver Price: ପୁଣି ଖସିଲା ସୁନା ଦର, ୨,୩୫୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି ।  ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

Gold-Silver Price: ପୁଣି ଖସିଲା ସୁନା ଦର, ୨,୩୫୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୧୫ରେ ଦେଶରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ବୃଦ୍ଧି ଦେଖାଦେଇଛି । ଆଜି ସୁନା ମୂଲ୍ୟରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୭୬୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୭,୮୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୭,୯୮୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୩,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୧୫୦ ଟଙ୍କା ଥିଲା । 
 
ସେପଟେ ଦେଶରେ ରୁପା ମୂଲ୍ୟ (Silver Price) ଲଗାତର ଦ୍ୱିତୀୟ ଦିନ ବୃଦ୍ଧି ଘଟିଛି । ଗତକାଲି (ମଙ୍ଗଳବାର) ରୁପା ଦରରେ ୨୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୮୫୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୨,୩୫୦ ଟଙ୍କା ଓ ରୁପା ୧୦,୯୦୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୨,୩୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୧୦,୯୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।

ଅଧିକ ପଢ଼ନ୍ତୁ-ଟିମ୍ ଇଣ୍ଡିଆ ପାଇଁ ଆସିଲା ଖରାପ ଖବର, ଦିନିକିଆ ସିରିଜରୁ ବାହାର ହେଲେ ଏହି ବଡ଼ ମ୍ୟାଚ୍ ୱିନର୍ ବ୍ୟାଟ୍ସମ୍ୟାନ୍

 ଅଧିକ ପଢ଼ନ୍ତୁ-ଏସିଆ କପ୍ ୨୦୨୩ ପୂର୍ବରୁ BCCIକୁ ଧମକ ଦେଲେ PCB ଅଧ୍ୟକ୍ଷ ନଜାମ ସେଠୀ

ଗହଣା ବଜାରର ଗଣିତକୁ ବୁଝନ୍ତୁ 

ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।