Today Gold-Silver Price: ସୁନା ଦରରେ ବଡ଼ ଧରଣର ହ୍ରାସ, ୧୨୦୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Today Gold-Silver Price: ସୁନା ଦରରେ ବଡ଼ ଧରଣର ହ୍ରାସ, ୧୨୦୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍

Today Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । ଏଠାରେ କହି ରଖୁଛୁ ଯେ, IBJA ଦ୍ୱାରା ଜାରି କରାଯାଇଥିବା ରେଟ୍ ସାରା ଦେଶରେ ସର୍ବମାନ୍ୟ ହୋଇଥାଏ ।

Today Gold-Silver Price: ସୁନା ଦରରେ ବଡ଼ ଧରଣର ହ୍ରାସ, ୧୨୦୦ ଟଙ୍କା ଶସ୍ତା ମିଳୁଛି ସୁନା! ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ଗତକାଲି ମୂଲ୍ୟବାନ ଧାତୁ ଦରରେ ବୃଦ୍ଧି ଦେଖାଦେଇଥିଲା । ଅନ୍ୟପଟେ ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୨୨ରେ ଦେଶରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପଟେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି (ମଙ୍ଗଳବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଥିଲା । କିନ୍ତୁ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୮୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୮୦୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୦୦୦ ଟଙ୍କା ଥିଲା । 
 
ଅନ୍ୟପଟେ ଦେଶରେ ରୁପା ମୂଲ୍ୟ (Silver Price) ରେ ଆଜି କୌଣସି ପରିବର୍ତ୍ତନ ଘଟି ନାହିଁ । ଗତକାଲି ରୁପା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୧୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୨,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୨୧୦ ଟଙ୍କା ରହିଛି । ଯାହା ଗତକାଲି ୭,୨୧୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୧୨୦୦ ଟଙ୍କା ଓ ରୁପା ୭,୮୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୧୨୦୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୭,୮୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-ୱିସଡେନ୍ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ପାଇଁ ଘୋଷଣା ହେଲା ଦଳ, ଋଷଭ ପନ୍ତଙ୍କୁ ମଧ୍ୟ କରାଗଲା ସାମିଲ

ଅଧିକ ପଢ଼ନ୍ତୁ-ଦିନିକିଆ ବିଶ୍ୱକପ୍ ୨୦୨୩ ପାଇଁ ଟିମ୍ ଇଣ୍ଡିଆରେ ମିଳିଲା ୧୭ ଖେଳାଳିଙ୍କୁ ସ୍ଥାନ, କୋଚ୍ ଦ୍ରାବିଡ ପ୍ରସ୍ତୁତ କଲେ ଲିଷ୍ଟ୍

ଅଧିକ ପଢ଼ନ୍ତୁ-ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଦିନିକିଆ ପାଇଁ ଟିମ୍ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ! ଜାଣନ୍ତୁ କିଏ ଆଉଟ୍, କିଏ ଇନ୍

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।