Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ନୂଆ ରେଟ୍
Advertisement

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ସୁନା-ରୁପାର ଯେଉଁ ଦାମ କୁହାଯାଇଛି,  ତା' ଠାରୁ ଆପଣଙ୍କୁ ଅଧିକ ଦାମ୍ ଦେବାକୁ ପଡ଼ିଥାଏ । ଉଦାହରଣ ସ୍ୱରୂପ, ଜିଏସଟି ଓ ଅଳଙ୍କାର ତିଆରି ଚାର୍ଜ ଏଥିରେ ଅନ୍ତର୍ଭୂକ୍ତ ହୋଇଥାଏ । ଏହାସହ ଅଳଙ୍କାରର ଲାଭ ମଧ୍ୟ ଏଥିରେ ଯୋଗ କରାଯାଇଥାଏ । ଏପରି ପରିସ୍ଥିତିରେ ଜିଏସଟି ଓ ଅଳଙ୍କାରର ଆନୁମାନିକ ଲାଭ ଯୋଡିବା ପରେ IBJA ଦ୍ୱାରା ଜାରି ରେଟ୍ ଦେବାକୁ ପଡ଼ିଥାଏ । 

Gold-Silver Price: ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ନୂଆ ରେଟ୍

Gold-Silver Price: ବିଗତ ୨ ଦିନ ଧରି ସୁନା ମୂଲ୍ୟରେ ବୃଦ୍ଧି ଘଟିବା ପରେ ଆଜି ଏହାର ମୂଲ୍ୟର ହ୍ରାସ ରେକର୍ଡ କରାଯାଇଛି । ଅନ୍ୟପଟେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି (ଶନିବାର) ଅର୍ଥାତ ମାର୍ଚ୍ଚ ୨୫ରେ ଦେଶରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି ଓ ରୁପା ମୂଲ୍ୟ (Silver Price) ବଢ଼ିଛି । ଗତକାଲି (ଶୁକ୍ରବାର) ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଥିଲା । କିନ୍ତୁ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୯,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୦୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୪,୮୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୦୦୦ ଟଙ୍କା ଥିଲା । 
 
ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୭୩,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୭,୩୩୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୭,୩୦୦ ଟଙ୍କା ଥିଲା ।

ଅଲଟାଇମ୍ ହାଇରୁ ସୁନା ପ୍ରାୟ ୫୫୦ ଟଙ୍କା ଓ ରୁପା ୬,୬୮୦ ଟଙ୍କା ମିଳୁଛି ଶସ୍ତା 

ଅଗଷ୍ଟ ୨୦୨୦ ମାସରେ  ସୁନା (Gold Price) ସର୍ବକାଳୀନ ଉଚ୍ଚ ରେଟରେ ପହଞ୍ଚିଥିଲା ।​ ୧୦ ଅଗଷ୍ଟ ୨୦୨୦ରେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୫୫,୪୦୦ ଟଙ୍କା ମୂଲ୍ୟରେ ପହଞ୍ଚିଥିଲା ।​ ଆଜି ଯଦି ଆମେ ବର୍ତ୍ତମାନର ସୁନା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ସୁନା ବର୍ତ୍ତମାନ ପ୍ରତି ୧୦ ଗ୍ରାମ ପିଛା ୫୫୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । ସେହିପରି ରୁପାର ସର୍ବକାଳୀନ ଉଚ୍ଚ ସ୍ତର ହେଉଛି କିଲୋଗ୍ରାମ ପିଛା ୭୯,୯୮୦ ଟଙ୍କା । ଅର୍ଥାତ ଆଜି ଯଦି ଆମେ ବର୍ତ୍ତମାନର ରୁପା ମୂଲ୍ୟ (Gold Price) କୁ ଏହାର ସର୍ବକାଳୀନ ରେକର୍ଡ ରେଟ ସହିତ ତୁଳନା କରୁ, ତେବେ ଆପଣ ଦେଖିବେ ଯେ ରୁପା ବର୍ତ୍ତମାନ ପ୍ରତି କିଲୋଗ୍ରାମ ପିଛା ୬,୬୮୦ ଟଙ୍କା ଶସ୍ତା ମୂଲ୍ୟରେ ବିକ୍ରି ହେଉଛି । 

ଅଧିକ ପଢ଼ନ୍ତୁ-BSNL ବଢ଼ାଇଲା ଜିଓ ଓ ଏୟାରଟେଲର ଟେନସନ୍! ୮୭ ଟଙ୍କାରେ ଅସୀମିତ କଲିଂ ଓ ଦୈନିକ ୧ ଜିବି ଡାଟା

ଅଧିକ ପଢ଼ନ୍ତୁ-ଏହି ଦିନଠୁ ଆରମ୍ଭ ହେବ ଶଶ ମହାପୁରୁଷ ରାଜ ଯୋଗ; ଏହି ୩ ରାଶି ଉପରେ ବର୍ଷିବ ଟଙ୍କା, ଖୋଲିଯିବ ଭାଗ୍ୟ!

ଅଧିକ ପଢ଼ନ୍ତୁ-୧୭ ବର୍ଷ ପରେ ଭାରତୀୟ ଦଳ ଯିବ ପାକିସ୍ତାନ!

ଉଲ୍ଲେଖନୀୟ କଥା ହେଉଛି, ଗତ କିଛି ଦିନ ହେବ ସୁନା ଓ ରୁପା ମୂଲ୍ୟରେ କ୍ରମାଗତ ଅସ୍ଥିରତା ଚାଲିଛି । ସୁନା ଓ ରୂପା ମୂଲ୍ୟ ବେଳେବେଳେ ହ୍ରାସ ହୁଏ ଓ ବେଳେବେଳେ ବଢ଼ିବାରେ ଲାଗେ । ଏଭଳି ପରିସ୍ଥିତିରେ ଗ୍ରାହକ ନିଜର କ୍ରୟକୁ ନେଇ ସଂଶୟରେ ଅଛନ୍ତି । ସୁନା ଓ ରୁପା କିଣିବା ସେମାନଙ୍କ ପାଇଁ କେବେ ଲାଭଦାୟକ ହେବ ଲୋକମାନେ ବୁଝିପାରୁ ନାହାଁନ୍ତି । ଅନ୍ୟପକ୍ଷରେ, ଶର୍ରାଫା ବଜାର ବିଶେଷଜ୍ଞମାନେ କହିଛନ୍ତି ଯେ, ବର୍ତ୍ତମାନ ଲୋକମାନେ ସୁନା ଓ ରୁପା ଶସ୍ତା କିଣିବା ପାଇଁ ଏକ ବଡ଼ ସୁଯୋଗ ପାଇଛନ୍ତି । କାରଣ ଆଗାମୀ ଦିନରେ ସୁନା ସହିତ ରୁପା ମୂଲ୍ୟ ଆହୁରି ବୃଦ୍ଧି ପାଇବ । ଏହାସହ ଉଭୟ ମୂଲ୍ୟବାନ ଧାତୁ ନୂତନ ରେକର୍ଡ ସୃଷ୍ଟି କରିପାରେ ।