Weather Report: ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ, ସତର୍କ କଲା ପାଣିପାଗ କେନ୍ଦ୍ର
Advertisement
Article Detail0/zeeodisha/odisha2164267

Weather Report: ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ, ସତର୍କ କଲା ପାଣିପାଗ କେନ୍ଦ୍ର

Weather Report: ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Weather Report: ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ, ସତର୍କ କଲା ପାଣିପାଗ କେନ୍ଦ୍ର

Weather Report: ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

୨୦ ତାରିଖ ଅର୍ଥାତ୍ ଆସନ୍ତାକାଲି ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି । ସେପଟେ ଗ୍ରୀଷ୍ମ ପ୍ରବାହ ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କଲେ ସ୍ୱତନ୍ତ୍ର ରିଲିଫ କମିଶନ ।ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି କରିଛନ୍ତି SRC । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ l ସେହିପରି ଭୁବନେଶ୍ୱର ରେ ବର୍ଷା ସାଙ୍ଗକୁ ଘଡଘଡି ଦେଖିବାକୁ ମିଳିଛି ଯାହା ଫଳରେ ବିଭିନ୍ନ ସ୍ଥାନରେ ଟ୍ରାଫିକ ବ୍ୟବସ୍ତା ବାଧା ପ୍ରାପ୍ତ ହୋଇଛି