Weather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା...
Advertisement
Article Detail0/zeeodisha/odisha2306879

Weather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା...

Weather Report: ଆଜି ରାଜ୍ୟର ୨୪ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। । ଆଜି ଗଞ୍ଜାମ, ଗଜପତି, ବୌଦ୍ଧ, ଅନୁଗୁଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼, ଝାରସୁଗୁଡ଼ା, ଢେଙ୍କାନାଳରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Weather Report: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା...

Weather Report: ରାଜ୍ୟରେ ଦକ୍ଷିଣ ସକ୍ରିୟ ହୋଇଛି ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୨୬ ତାରିଖଠାରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେପଟେ ଆଜି ରାଜ୍ୟର ୨୪ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। । ଆଜି ଗଞ୍ଜାମ, ଗଜପତି, ବୌଦ୍ଧ, ଅନୁଗୁଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼, ଝାରସୁଗୁଡ଼ା, ଢେଙ୍କାନାଳରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନେକ ସ୍ଥାନରେ ୨୬ରୁ ୨୮ ମଧ୍ୟରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିପାରେ। ଏହା ସମେତ ଆସନ୍ତା ୩ ଦିନ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଓ ୩୦ ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିସନର(SRC) ସତ୍ୟବ୍ରତ ସାହୁ। ସେ ଏହି ବର୍ଷା ସିଜିନରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ପାଇଁ ପ୍ରସ୍ତୁତି ପଦକ୍ଷେପ ଗ୍ରହଣ କରିବାକୁ କହିଛନ୍ତି।

ସମସ୍ତ ଜିଲ୍ଲା କଲେକ୍ଟର ଏବଂ ମ୍ୟୁନିସିପାଲିଟି କମିଶନରଙ୍କୁ ଏକ ଚିଠି ଲେଖି SRC ସେମାନଙ୍କୁ ୧୩.୦୩୬.୨୦୨୩୪ ରେ ଜାରି କରାଯାଇଥିବା ପୂର୍ବ ଚିଠି ବିଷୟରେ ମନେ ପକାଇ ଦେଇଛି ଯେଉଁଥିରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆରମ୍ଭ ପୂର୍ବରୁ ଅଗ୍ରୀମ ପ୍ରସ୍ତୁତି ପାଇଁ ବିସ୍ତୃତ ନିର୍ଦ୍ଦେଶ ଦିଆଯାଇଛି।