Weather Update: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha2415457

Weather Update: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ  ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ।  ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। 

Weather Update: ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତର ଆନ୍ଧ୍ରପ୍ରଦେଶ  ଓ ସଂଲଗ୍ନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।  ଆଜି ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ।  ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ।  ଦକ୍ଷିଣ ଓଡିଶାରେ ଭାରି ବର୍ଷାହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡି଼ଶାର ୫ ଜିଲ୍ଲାରେ ୯ରୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗର ଆକଳନ  କହୁଛି, ଆଜି ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି, ବଲାଙ୍ଗୀର, ରାୟଗଡା, ଗଂଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ ଆଜିର ଦିନ, ବ୍ୟବସାୟରେ ମିଳିବ ସଫଳତା ସାଙ୍ଗକୁ...

ALSO READ: Puri News: ଶ୍ରୀମନ୍ଦିରରେ ଆଜି ପାଳନ ହେବ ନିକୁଞ୍ଜ ଲୀଳା

ସେହିପରି ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡା, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି  ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ। ସେହିପରି, ୭ ଓ  ୮ ତାରିଖରେ ଉପକୂଳ ଓଡି଼ଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର  ଦିଗରେ ଗତି କରିବ। କ୍ରମଶଃ ଏହା ଓଡି଼ଶାରେ ପ୍ରଭାବ ପକାଇବ। ୧୦ ତାରିଖ ସୁଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ। ୯,୧୦,୧୧ ତାରିଖରେ ରାୟଗଡା,ମାଲକାନଗିରି , କୋରାପୁଟ୍, ନବରଙ୍ଗପୁର ଓ ନୂଆପଡାରେ ଭାରି ବର୍ଷା ହେବ। ଏବଂ ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା ଓ ଭଦ୍ରକରେ କମ୍ ବର୍ଷା ହେବ। ଲଘୁଚାପର ୭ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ହେବନି।