Weather Update: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha2324986

Weather Update: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ମୌମୁମୀ ଜନିତ ବର୍ଷା। ପାଣିପାଗ ବିଭାଗ  ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ,  ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଘୋଷ ଯାତ୍ରା ଥିବା ବେଳେ ରାଜ୍ୟର ଅଧି୍କାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  

Weather Update: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Weather Update: ରାଜ୍ୟରେ ଜାରି ରହିଛି ମୌମୁମୀ ଜନିତ ବର୍ଷା। ପାଣିପାଗ ବିଭାଗ  ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ,  ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦକ୍ଷିଣ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢିବ। ଆଜି ଘୋଷ ଯାତ୍ରା ଥିବା ବେଳେ  ରାଜ୍ୟର ଅଧି୍କାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ଆଜି ପୁରୀ ସମତେ ୧୨ ଜିଲ୍ଲାରେ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

ALSO READ: Today Horoscope: ଆଜି ଏହିସବୁ ରାଶିରେ ଅଛି ବିପଦ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସପ୍ତାହର ଶେଷ ଦିନ ?

ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଗଂଜାମ , ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡା, ନବରଙ୍ଗପୁର, କନ୍ଧମାଳ, ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଆସନ୍ତାକାଲି ମଧ୍ୟ ବର୍ଷା ହେବାର ସମ୍ଭାବନା ରାଜ୍ୟରେ ରହିଛି। 

ସୋମବାର ଦିନ ମାଲକାନଗିରି, କୋରାପୁଟ୍ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ। ୯ ଓ ୧୦ ତାରିଖରେ  ଅଳ୍ପ କିଛି ସ୍ଥାନରେ ବର୍ଷା ହେବ। ସେହିପରି ୧୧ ଓ ୧୨ ତାରିଖରେ ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ,  ଜୁନ୍ ପହିଲାରୁ ଏପର୍ଯ୍ୟନ୍ତ ରାଜ୍ୟରେ ହାରାହାରି ୧୯୮.୨ ମିମି  ବର୍ଷା ହୋଇଛି। ସ୍ବାଭାବିକ ଠାରୁ ରାଜ୍ୟରେ ୨୫ % ବର୍ଷା ନିଅଣ୍ଟିଆ ହୋଇଛି। ଏବେବି ୧୮ ଜିଲ୍ଲାରେ ବର୍ଷା ପରିମାଣ ସ୍ବାଭାବିକ ଠାରୁ କମ୍ ରହିଛି। ବିଶେଷକରି ମୟୂରଭଞ୍ଜ ଓ ବାଲେଶ୍ବରର ସ୍ଥିତି ଖରାପ।