Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ପ୍ରଭାବରେ ୫ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। ବିଶେଷକରି, ଦକ୍ଷିଣ ଓଡି଼ଶାରେ ପ୍ରବଳ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏନେଇ ଗୁରୁବାର ଓ ଶୁକ୍ରବାର ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି।
୫ ତାରିଖରେ ବିଜୁଳି ଘଡ଼ଘ଼଼ଡି ସହ ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ୍, ରାୟଗଡା, ଗଜପତି ଓ ମାଲକାନଗିରି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି ହୋଇଛି। ସେହିପରି, ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡି ନେଇ ମାଲକାନଗିରି, କୋରାପୁଟ୍, ରାୟଗଡା , ନବରଙ୍ଗପୁର, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଜନିତ ବର୍ଷାର ପ୍ରଭାବ ୮ ତାରିଖ ଯାଏଁ ରହିବ। ମୁଖ୍ୟତ ୫ ଓ ୬ ତାରିଖରେ ଅଧିକରୁ ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି।